ପ୍ରମୁଖ ଖବର

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ
ଡିସିପି ଅଫିସରେ ଆତ୍ମସମର୍ପଣ ପରେ ଗିରଫ ହେଲେ ଜଗନ୍ନାଥ ପ୍ରଧାନ
ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ
ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା
ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ଵସ୍ତି
ଆସନ୍ତା ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ
ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
କଟକ: ଡ୍ୟୁଟି ସାରି ଫେରିବା ବେଳେ ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍

ବାରବାଟୀ ଷ୍ଟାଡିୟମରେ ପ୍ରତିବର୍ଷ ହେବ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍

0

କଟକ: ବାରବାଟୀ ଷ୍ଟାଡ଼ିୟମରେ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚବେଳେ ଅଧଘଣ୍ଟା ଧରି ପଡ଼ିଆ ଅନ୍ଧାର ରହିଲା। ସମଗ୍ର ବିଶ୍ୱ ମ୍ୟାଚର ସିଧାପ୍ରସାରଣ ଦେଖୁଥିବାବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିଲା। ନିମିଷକରେ ଧୂଳିସାତ ହୋଇଗଲା ବର୍ଷ ବର୍ଷ ଧରି ଓଡ଼ିଶା ସାଉଁଟିଥିବା କ୍ରାଡ଼ା ଜଗତରେ ସୁନାମ। ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚରେ ବାରବାଟୀ ଅନ୍ଧାର ଘଟଣାକୁ ନେଇ ଉଠିଛି ଅନେକ ପ୍ରଶ୍ନ। ଏହି ଘଟଣା ଉପରେ ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ବିସ୍ତୃତ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ, ଫ୍ଲଡ୍ ଲାଇଟ୍ ଖରାପ ହେବା ଘଟଣାକୁ ଛାଡିଦେଲେ ବାକି ସବୁକିଛି ଯୋଜନା ମୁତାବକ ଚାଲିଥିଲା। ଏହି ଘଟଣାରେ ଓଡ଼ିଶା କ୍ରୀଡ଼ା ବିଭାଗ ପକ୍ଷରୁ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ)କୁ କାରଣ ଦର୍ଶାଅ ନୋଟିସ୍ ଜାରି କରି ୧୦ ଦିନ ମଧ୍ୟରେ ସ୍ପଷ୍ଟୀକରଣ ମଗାଯାଇଛି। ପ୍ରତିବର୍ଷ ଐତିହାସିକ ସ୍ଥାନରେ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ଆବଣ୍ଟନ କରିବାକୁ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)କୁ ଅନୁରୋଧ କରିବେ ବୋଲି ସେ କହିଛନ୍ତି।

ଏହା ପୂର୍ବରୁ ମଧ୍ୟ ଏହି ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି କହିଥିଲେ କ୍ରୀଡ଼ା ମନ୍ତ୍ରୀ। କିନ୍ତୁ ଭବିଷ୍ୟତରେ ଏହାର ପୁନରାବୃତ୍ତି ନହେବା ଏବଂ ଷ୍ଟାଡିୟମ୍ ଶୀଘ୍ର ନିୟମିତ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ଆୟୋଜନ କରିବ ବୋଲି ଆଶା ପ୍ରକାଶ କରିଥିଲେ।

Leave A Reply

Your email address will not be published.