ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ପଞ୍ଜିକାରେ ଭୁଲ ତଥ୍ୟ ଦେଲେ ହେବ କାର୍ଯ୍ୟାନୁଷ୍ଠାନ

0

ପୁରୀ: ଆଉ ଭିନ୍ନ ଭିନ୍ନ ପଞ୍ଜିକାରେ ରହିବନି ଭିନ୍ନ ଭିନ୍ନ ତଥ୍ୟ। ଏବେ ସବୁ ପଞ୍ଜିକାରେ ପର୍ବପର୍ବାଣୀକୁ ନେଇ ରହିବ ସମାନ ତଥ୍ୟ। ପଞ୍ଜିକା ସମୀକରଣ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ଏହାସହ ୫ଟି ପଞ୍ଜିକାକୁ ସ୍ବୀକୃତି ପ୍ରଦାନ କରାଯାଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଏହି ବୈଠକରେ ନିର୍ଭୁଲ ଓ ତ୍ରୁଟିବିହୀନ ପଞ୍ଜିକା ଉପରେ ଗୁରୁତ୍ୱ ଦିଆଯାଇଛି।

ସେହିପରି ଶ୍ରୀମନ୍ଦିର ସମ୍ବନ୍ଧୀୟ ଯାନିଯାତ୍ରା ନେଇ ସହମତି ହୋଇଛି ବୋଲି କହିଲେ ମୁଖ୍ୟ ପ୍ରଶାସକ। ବିଶେଷକରି ୫ଟି ପଞ୍ଜିକାର ପାଣ୍ଡୁଲିପିକୁ ନେଇ ଆଲୋଚନା ହୋଇଛି। ମହାପ୍ରଭୁଙ୍କ ନୀତିକାନ୍ତି ତିଥି ନେଇ ସମସ୍ତେ ସହମତ ହେଲେ। ଏନେଇ ଚିଠା ଅନୁମୋଦିତ ହୋଇଛି, କେହି ଭୁଲ ତଥ୍ୟ ଦେବେନି। ରାଧାରମଣ, କୋହିନୂର, ଅରୁଣଦୋୟ ପଞ୍ଜିକା ପାଣ୍ଡୁଲିପି ମିଳିଛି। ଭାଗ୍ୟଦୀପ, ଜିଏନ୍‌ ତ୍ରିପାଠୀ ପଞ୍ଜିକା ପାଣ୍ଡୁଲିପି ମିଳିଛି।

ସହମତି ପରେ ଯଦି ବିଭ୍ରାନ୍ତିକର ତଥ୍ୟ ଦିଅନ୍ତି ତାହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ। ଭୁଲ ରହିଲେ ଶ୍ରୀମନ୍ଦିର ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ଅଧକ୍ଷତାରେ ଏକ ସବକମିଟି ଗଠନ କରାଯାଇଛି। ସମସ୍ତ ଜନସାଧାରଣ ଏହି ପାଞ୍ଚୋଟି ପଞ୍ଜିକାକୁ ଗ୍ରହଣ କରିବେବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Leave A Reply

Your email address will not be published.