ରେମୁଣା: ବାଲେଶ୍ୱର ଜିଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକ କାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି।
ତହସିଲଦାର ବିଦ୍ୟାଧର ପତିଙ୍କ ରେମୁଣାସ୍ଥିତ ଅଫିସ ଚାମ୍ବର ସମେତ ସମ୍ପର୍କୀୟଙ୍କ ଘରେ ଚଢ଼ାଉ କରାଯାଇଛି। ଭୁବନେଶ୍ୱରରେ ୩ଟି ଏବଂ ବାଲେଶ୍ୱରରେ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ଏହି ଚଢ଼ାଉରେ ଡିଏସ୍ପି, ୩ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସ୍ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ନିୟୋଜିତ ଅଛନ୍ତି। ସ୍ପେଶାଲ ଜଜଙ୍କ ନିର୍ଦ୍ଦେଶରେ ଭିଜିଲାନ୍ସ ଚଢ଼ାଉ କରାଯାଉଛି।
ଭୁବନେଶ୍ୱର ଶୈଳଶ୍ରୀ ବିହାରସ୍ଥିତ ଫ୍ଲାଟ,ଭୁବନେଶ୍ୱରର ରୁଦ୍ରପୁରର ଆସୋଟେକ୍ ପ୍ରାଇଡ୍ରେ ଥିବା ତାଙ୍କ ଫ୍ଲାଟ୍, ବାଲେଶ୍ବର କୁରୁଡାସ୍ଥିତ ଘର, ବାଲେଶ୍ବର ସୋରସ୍ଥିତ ପୈତୃକ ଘର, ବାଲେଶ୍ବର ରେମୁଣାସ୍ଥିତ ଅଫିସ ଚାମ୍ବର, ବାଲେଶ୍ବରରେ ରହୁଥିବା ଘର, ଭୁବନେଶ୍ବର ଡୁମଡୁମାସ୍ଥିତ ସମ୍ପର୍କୀୟଙ୍କ ଘରେ ଚଢାଉ ଜାରି ରହିଛି।
ପ୍ରମୁଖ ଖବର
ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ