ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

୧୮ରୁ +୨ ପରୀକ୍ଷା ଆରମ୍ଭ , ହବକୁ ଗଲା ପ୍ରଶ୍ନପତ୍ର

0

ଭୁବନେଶ୍ବର: ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୧୮ ତାରିଖରୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି +୨ ଥିଓରି ପରୀକ୍ଷା। ଫେବୃଆରୀ ୧୮ ତାରିଖରୁ ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଆଜିଠୁ ପରୀକ୍ଷା ହବ୍ ଗୁଡିକୁ +୨ ପରୀକ୍ଷା ପ୍ରଶ୍ନପତ୍ର ଯିବା ଆରମ୍ଭ ହୋଇଛି। କଡା ସୁରକ୍ଷା ମଧ୍ୟରେ ୧୦ଟି ରୁଟ ଦେଇ ଏହି ପ୍ରଶ୍ନପତ୍ରଗୁଡିକୁ ପରୀକ୍ଷା ହବକୁ ନିଆଯାଉଛି। କଡା ସୁରକ୍ଷା ବଳୟ ଭିତରେ ରାଜ୍ୟରେ ଥିବା ୨୦୫ଟି ହବରେ ଏହି ପ୍ରଶ୍ନପତ୍ର ରଖାଯିବ। ପରୀକ୍ଷା ଦିନ ପ୍ରଶ୍ନପତ୍ରକୁ ହବରୁ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପଠାଯିବ।
ସେପଟେ ଏଥର ପରୀକ୍ଷା ଜଗିବ ସିସିଟିଭି। ଚଳିତ ବର୍ଷ ପରିଷଦ କାର୍ଯ୍ୟାଳୟରେ ୫ ଶହ ଶିକ୍ଷାନୁଷ୍ଠାନର ସିଧା ପ୍ରସାରଣ ସିସିଟିଭି ମାଧ୍ୟମରେ ପରିଷଦ କାର୍ଯ୍ୟାଳୟରେ ଯାଞ୍ଚ କରାଯିବ। ଏଥିସହ ପ୍ରଶ୍ନପତ୍ର ଲିକ୍ ଉପରେ ମଧ୍ୟ କଡ଼ା ନଜର ରଖାଯାଇଛି। କପି ରୋକିବା ନେଇ ୫ ସ୍ତରୀୟ ବ୍ୟବସ୍ଥା ସହିତ ଜିଲ୍ଲାସ୍ତରୀୟ ସ୍କ୍ୱାଡ୍ ଗଠନ ହୋଇଛି। ବଡ଼ ବଡ ଜିଲ୍ଲାରେ ୨ଟି ଓ ଛୋଟ ଜିଲ୍ଲାରେ ଗୋଟିଏ ସ୍କ୍ୱାଡ୍ ଜଗିବେ।

ଆସନ୍ତା ୧୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଦିନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟା ଯାଏଁ ଚାଲିବ। ୧ ହଜାର ୨ ଶହ ୭୬ ସେଣ୍ଟରରେ ପରୀକ୍ଷା ଦେବେ ୩ ଲକ୍ଷ ୯୩ ହଜାର ୬୧୮ ପରୀକ୍ଷାର୍ଥୀ। ଅନ୍ୟପଟେ ଦିବ୍ୟାଙ୍ଗମାନଙ୍କ ପାଇଁ ୪ଘଣ୍ଟାର ପରୀକ୍ଷା ଅବଧି ରହିବ। ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି । ଏଥିସହିତ ପରୀକ୍ଷା ସରିବାର ୪୫ ଦିନ ମଧ୍ୟରେ ଫଳ ଘୋଷଣା କରାଯିବ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.