ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

କାଠଯୋଡି ନଦୀ କୂଳରୁ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର

0

କଟକ: କଟକର କାଠଯୋଡି ନଦୀ କୂଳରେ ବୁଧବାର ଦିନ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ପ୍ରତୀକ ଦାସ ବୋଲି ଜଣାପଡିଛି। ସେ ଭୁବନେଶ୍ୱରର ନୀଳାଦ୍ରି ବିହାରର ବାସିନ୍ଦା।

ସୂଚନା ଅନୁଯାୟୀ, ପ୍ରତୀକ ମଙ୍ଗଳବାରଠାରୁ ନିଖୋଜ ଥିଲେ। ସେ ଘରକୁ ନ ଫେରିବାରୁ ପରିବାରବର୍ଗ ତାଙ୍କୁ ଖୋଜାଖୋଜି ଆରମ୍ଭ କରିଥିଲେ। ପରେ ସକାଳେ କିଛି ସ୍ଥାନୀୟ ଲୋକ ବ୍ରିଜ ତଳେ ମୃତଦେହ ଦେଖି ପୋଲିସକୁ ସୂଚନା ଦେଇଥିଲେ। ଯାହା ପରେ ମୃତକଙ୍କ ପରିଚୟ ମିଳିଲା।

ତେବେ ତାଙ୍କ ମୃତ୍ୟୁ କିଭଳି ହୋଇଛି ସେନେଇ ମର୍କତ ନଗର ପୋଲିସ ତଦନ୍ତ ଆରମ୍ଭ କରିଛି। ସେ ଆତ୍ମହତ୍ୟା କରିଛନ୍ତି କି ତାଙ୍କୁ ହତ୍ୟା କରାଯାଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଅପରପକ୍ଷରେ ମୃତଦେହକୁ ଉଦ୍ଧାର କରାଯାଇ ପୋଷ୍ଟମର୍ଟମ ପାଇଁ ପଠାଯାଇଥିବା ଜଣାପଡିଛି।

Leave A Reply

Your email address will not be published.