ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। କନିଷ୍ଠ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟ ସରକାର। ମାସିକ ଦରମା ୧୧ ହଜାରରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ବିଜ୍ଞପ୍ତି ପ୍ରକାଶ ପାଇଛି।
ମାସିକ ୫ହଜାର ଦରମା ବୃଦ୍ଧି କଲେ ସରକାର।

ଏଣିକି ୧୧ ହଜାରରୁ ବଢ଼ି ୧୬ ହଜାର ହେଲା ଶିକ୍ଷକଙ୍କ ଦରମା। ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲର ଶିକ୍ଷକଙ୍କୁ ମିଳିବ ଏହି ବର୍ଦ୍ଧିତ ଦରମା। ମାସିକ ୧୧ ହଜାର ଟଙ୍କା ବଦଳରେ ୧୬ ହଜାର ପାଇବେ। ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ବୃଦ୍ଧି ପାଇପାରେ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

Leave A Reply

Your email address will not be published.