ପ୍ରମୁଖ ଖବର

୨୦୨୭ରେ ହେବାକୁ ଥିବା ୩୯ତମ ଜାତୀୟ କ୍ରୀଡ଼ା ଆୟୋଜନ ପାଇଁ ହୋଷ୍ଟ ଷ୍ଟେଟ୍ ଏଗ୍ରିମେଣ୍ଟ (HSA) ସ୍ୱାକ୍ଷରିତ
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ, ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
‘ଶନିବାରଠାରୁ ଆରମ୍ଭ ହେବ ଏସ୍‌ଆଇଆର୍ କାର୍ଯ୍ୟକ୍ରମ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ, ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ

ଟ୍ୟାବ୍‌ରେ ପ୍ରଶ୍ନୋତ୍ତର ପ୍ରସ୍ତାବ ପଢ଼ିବେ ବିଧାୟକ

0

ଭୁବନେଶ୍ବର: ଏଣିକି ଆଉ ପେପର ଦେଖିବେ ନାହିଁ ବିଧାୟକ। ପେପର ଲେସ୍ ହେବ ବିଧାନସଭା। ସ୍ବାର୍ଟ ହେବେ ବିଧାୟକ। ଏବେ ପେପର ବଦଳରେ ଟ୍ୟାବରେ ପଢିବେ ବିଧାୟକ। ନେଭା ପକ୍ଷରୁ ଏହି ଏହି ବ୍ୟବସ୍ଥା କରାଯାଇଛି।ବିଧାନସଭାରେ ୧୪୭ ବିଧାୟକଙ୍କ ଆସନରେ ଟ୍ୟାବ୍ ଲାଗିଛି। ଏଥର ବିଧାନସଭାରେ କୌଣସି ପ୍ରଶ୍ନୋତ୍ତର କିମ୍ବା କୌଣସି ପ୍ରସ୍ତାବ ଏବେ ଟ୍ୟାବ୍ ଦେଖି ପଢିବେ ବିଧାୟକ।

ଆସନ୍ତାକାଲି ଠାରୁ ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବା ବେଳେ ଏହା ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିବା ବେଳେ ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ସବୁ ଦଳର ବିଧାୟକ ଉପସ୍ଥିତ ରହିଥିଲେ । ଗୃହକୁ କିପରି ସୁପରିଚାଳନା କରାଯିବ ସେନେଇ ଆଲୋଚନା ହୋଇଛି। ଅନ୍ୟପଟେ ବଜେଟ୍ ଅଧିବେଶନ ପୂର୍ବରୁ ରାଜ୍ୟପାଳ ହରିବାବୁ କମ୍ଭମ୍‌ପାଟିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ। ରାଜଭବନରେ ରାଜ୍ୟପାଳଙ୍କୁ ଭେଟିଲେ ବଜେଟ ଅଧିବେଶନରେ ଉପସ୍ଥିତ ରହିବା ପାଇଁ ଆମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଆସନ୍ତା ୧୩ ତାରିଖରୁ ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆରମ୍ଭ ହେବ। ଅପ୍ରେଲ ୫ ପର୍ଯ୍ୟନ୍ତ ୨ଟି ପର୍ଯ୍ୟାୟରେ ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟାୟ ୧୩ରୁ ୨୧ ଏବଂ ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଅପ୍ରେଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ୧୭ ତାରିଖରେ ରାଜ୍ୟ ବଜେଟ୍ ଉପସ୍ଥାପନ ହେବ। ବିଧାନସଭା ଅଧିବେଶନ କାଳରେ ଯାନବାହନ ଚଳାଚଳ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ବିଧାନସଭା ସଂଲଗ୍ନ ରାସ୍ତାରେ କମିସନରେଟ ପୁଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି।

Leave A Reply

Your email address will not be published.