ଉତ୍ତରପ୍ରଦେଶ: ଉତ୍ତର ପ୍ରଦେଶର ପ୍ରୟାଗରାଜ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ୧୯ ଜଣ ଆହତ ହୋଇଛନ୍ତି। ସୂଚନା ମିଳିବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଛି।
ସୂଚନା ଅନୁଯାୟୀ, ଛତିଶଗଡ କୋରବା ଜିଲ୍ଲାର କିଛି ଶ୍ରଦ୍ଧାଳୁ ଏକ ବୋଲେରୋ ଯୋଗେ ମହାକୁମ୍ଭରେ ବୁଡ ପକାଇବାକୁ ପ୍ରୟାଗରାଜ ଯାଉଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ପ୍ରୟାଗରାଜ- ମିର୍ଜାପୁର ଜାତୀୟ ରାଜପଥରେ ବୋଲେରୋଟି ଏକ ଯାତ୍ରୀବାହୀ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ବୋଲେରୋରେ ଥିବା ୧୦ ଜଣଙ୍କର ମୃତ୍ୟୁ ଘଟିଥିଲା। ବସ୍ ଥିବା ୧୯ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ବସରେ ଥିବା ଶ୍ରଦ୍ଧାଳୁ ମାନେ ମଧ୍ୟପ୍ରଦେଶ ରାଜଗଡ ଅଞ୍ଚଳର ବୋଲି ଜଣାପଡିଛି। ଏମାନେ କୁମ୍ଭରେ ବୁଡ ପାଇ ବାରଣାସୀ ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ବୋଲେରୋରେ ଥିବା ସମସ୍ତ ଯାତ୍ରୀ ପୁରୁଷ ଥିଲେ, ଯାହାଙ୍କ ବୟସ ୨୫ ରୁ ୪୫ ବର୍ଷ ମଧ୍ୟରେ ଥିଲା। ଦୁର୍ଘଟଣାରେ ସମସ୍ତେ ପ୍ରାଣ ହରାଇଛନ୍ତି।
ପ୍ରମୁଖ ଖବର
କେରଳରେ ପରିବର୍ତ୍ତନର ଲହରୀ, ୟୁଡିଏଫ ଫେରିଲା କ୍ଷମତାକୁ
ଆସାମରେ ହିମନ୍ତଙ୍କ ଐତିହାସିକ ବିଜୟ
କଲକାତାରେ ଭୋଟ ଗଣନା ମଧ୍ୟରେ ସେଲିବ୍ରେସନ ନିଷେଧ
ହାରିଲେ କଂଗ୍ରେସ ମୁଖିଆ ଗୌରବ ଗୋଗୋଇ
ଯାଜପୁରରେ ଭୟାବହ ସଡ଼କ ଦୁର୍ଘଟଣା, ୫ ମୃତ
ଓଡ଼ିଶାରେ ନୌକା ସୁରକ୍ଷା କଠୋର, ଲାଇଫ୍ ଜାକେଟ୍ ବାଧ୍ୟତାମୂଳକ