ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ଦିଲ୍ଲୀ ରେଳଷ୍ଟେଶନରେ ଦଳାଚକଟା ୧୮ ମୃତ

0

ନୂଆଦିଲ୍ଲୀ: ନୂଆଦିଲ୍ଲୀ ରେଳଷ୍ଟେଶନରେ ୧୩-୧୪ ନମ୍ବର ପ୍ଲାଟଫର୍ମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନୂଆଦିଲ୍ଲୀ ରେଳଷ୍ଟେଶନରେ ଶନିବାର ରାତିରେ ମହାକୁମ୍ଭ ଯାତ୍ରୀଙ୍କ ପ୍ରବଳ ଭିଡ଼ରୁ ଦଳାଚକଟା ଘଟି ୧୮ ଜଣ ପ୍ରାଣ ହରାଇଛନ୍ତି। ୧୨ ଜଣ ଆହତ ହୋଇଛନ୍ତି। ଦିଲ୍ଲୀରୁ ପ୍ରୟାଗରାଜ ମହାକୁମ୍ଭକୁ ଯିବା ପାଇଁ ଥିବା ୨ଟି ସ୍ବତନ୍ତ୍ର ଟ୍ରେନ୍‌ ପହଞ୍ଚିବାରେ ବିଳମ୍ବ ହେବାରୁ ଷ୍ଟେଶନରେ ଭିଡ଼ ବଢ଼ିଥିଲା। ରାତି ପ୍ରାୟ ୧୦ଟା ବେଳେ ଟ୍ରେନ୍‌ ଧରିବା ପାଇଁ ୧୪ ଓ ୧୫ ନମ୍ବର ପ୍ଲାଟ୍‌ଫର୍ମରେ ହଜାର ହଜାର ଶ୍ରଦ୍ଧାଳୁ ଭିଡ଼ ଜମାଇଥିଲେ। ଗହଳି ଏବଂ ଠେଲାପେଲା ମଧ୍ୟରେ ଅନେକ ଯାତ୍ରୀ ତଳେ ପଡ଼ିଯାଇଥିଲେ। ସେମାନଙ୍କ ମଧ୍ୟରୁ ଆହତଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିବାବେଳେ ୧୫ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଯେ, ନୂଆଦିଲ୍ଲୀ ରେଳ ଷ୍ଟେଶନରେ ଦଳାଚକଟା ଯୋଗୁ ମୁଁ ମର୍ମାହତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ ବୋଲି ମୁଁ ପ୍ରାର୍ଥନା କରୁଛି।

Leave A Reply

Your email address will not be published.