ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ଅଟୋକୁ ପିଟିଲା ଟିପ୍ପର, ୪ ମୃତ

0

ଜୟପୁର: ଜୟପୁର ସଦର ଥାନା ଥୁରୁଡ଼ିପୁଟ ଜାତୀୟ ରାଜପଥରେ ଏକ ଅଟୋକୁ ଟିପ୍ପର ଧକ୍କା ଦେବା ଫରେ ଅଟୋଟି ଭାଙ୍ଗିରୁଜି ଯାଇଛି। ଏହି ଦୁର୍ଘଟଣାରେ ଅଟୋ ଭିତରେ ଥିବା ୪ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ୪ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି ଓ ଏକାଧିକ ଗୁରୁତର ହୋଇଛନ୍ତି। ଜୟପୁର ଥୁରୁଡିପୁଟ ରସ୍ତାରେ ଘଟିଛି ଦୁର୍ଘଟଣା। ସ୍ଥାନୀୟ ହସ୍ପିଟାଲରେ ଗୁରୁତରଙ୍କ ଚିକିତ୍ସା ଜାରି ରହିଛି।

ସୂଚନା ଅନୁସାରେ କୋରାପୁଟ ଜିଲ୍ଲା ବ୍ରାହ୍ମଣୀ ଗାଁ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବ୍ରାହ୍ମଣୀ ଗାଁ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେଇଥିଲା ଟିପ୍ପର। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକ ଗୁରୁତର ହୋଇଥିଲେ। ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛି।

ଏହା ସହ ୪ଜଣଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ। ତେବେ ମେଡିକାଲରେ ଭର୍ତ୍ତି ହୋଇଥିବା କିଛି ବ୍ୟକ୍ତିଙ୍କ ଅବସ୍ଥା ଗୁରୁତର ରହିଛି। ସେଥିପାଇଁ ଆଗକୁ ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି। ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛି। ତଦନ୍ତ ପରେ ହିଁ ଦୁର୍ଘଟଣା ସଂପର୍କରେ ଅଧିକ ତଥ୍ୟ ମିଳି ପାରିବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.