ପ୍ରମୁଖ ଖବର

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା, ମାସିକ ଦରମା ୪, ୯୦୦ ଟଙ୍କା ବୃଦ୍ଧି କଲେ ସରକାର
ଶ୍ରୀମନ୍ଦିରରେ ଜୈବିକ ଚାଉଳରେ ପ୍ରସ୍ତୁତ ହେବ ମହାପ୍ରସାଦ
ଅଯୋଧ୍ୟା ରାମ ମନ୍ଦିରର ପ୍ରଧାନ ପୂଜକ ଆଚାର୍ଯ୍ୟ ସତ୍ୟୈନ୍ଦ୍ର ଦାସଙ୍କ ପରଲୋକ
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ଧମକ
ଡିଜିଟାଲାଇଜ୍ ହେଲା ବିଧାନସଭା, ଟ୍ୟାବରୁ ପଢ଼ିବେ ବିଧାୟକ
ଶିଖ୍‌ ଦଙ୍ଗା ଘଟଣାରେ ସଜ୍ଜନ କୁମାର ଦୋଷୀ ସାବ୍ୟସ୍ତ
କାଠଯୋଡି ନଦୀ କୂଳରୁ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର
୧୮ରୁ +୨ ପରୀକ୍ଷା ଆରମ୍ଭ , ହବକୁ ଗଲା ପ୍ରଶ୍ନପତ୍ର

ଅଟୋକୁ ପିଟିଲା ଟିପ୍ପର, ୪ ମୃତ

0

ଜୟପୁର: ଜୟପୁର ସଦର ଥାନା ଥୁରୁଡ଼ିପୁଟ ଜାତୀୟ ରାଜପଥରେ ଏକ ଅଟୋକୁ ଟିପ୍ପର ଧକ୍କା ଦେବା ଫରେ ଅଟୋଟି ଭାଙ୍ଗିରୁଜି ଯାଇଛି। ଏହି ଦୁର୍ଘଟଣାରେ ଅଟୋ ଭିତରେ ଥିବା ୪ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ୪ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି ଓ ଏକାଧିକ ଗୁରୁତର ହୋଇଛନ୍ତି। ଜୟପୁର ଥୁରୁଡିପୁଟ ରସ୍ତାରେ ଘଟିଛି ଦୁର୍ଘଟଣା। ସ୍ଥାନୀୟ ହସ୍ପିଟାଲରେ ଗୁରୁତରଙ୍କ ଚିକିତ୍ସା ଜାରି ରହିଛି।

ସୂଚନା ଅନୁସାରେ କୋରାପୁଟ ଜିଲ୍ଲା ବ୍ରାହ୍ମଣୀ ଗାଁ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବ୍ରାହ୍ମଣୀ ଗାଁ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେଇଥିଲା ଟିପ୍ପର। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକ ଗୁରୁତର ହୋଇଥିଲେ। ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛି।

ଏହା ସହ ୪ଜଣଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ। ତେବେ ମେଡିକାଲରେ ଭର୍ତ୍ତି ହୋଇଥିବା କିଛି ବ୍ୟକ୍ତିଙ୍କ ଅବସ୍ଥା ଗୁରୁତର ରହିଛି। ସେଥିପାଇଁ ଆଗକୁ ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି। ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛି। ତଦନ୍ତ ପରେ ହିଁ ଦୁର୍ଘଟଣା ସଂପର୍କରେ ଅଧିକ ତଥ୍ୟ ମିଳି ପାରିବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.