ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଲକ୍ଷାଧିକ ମୃତ ବ୍ୟକ୍ତି ଖାଉଥିଲେ ରାସନ ଚାଉଳ

0

ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ଭୂତ ରାଶନାକାର୍ଡଧାରୀ ଅଛନ୍ତି। ଅର୍ଥାତ୍‌ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାଶନ କାର୍ଡ। ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତି ପାଉଥିଲେ ରାସନ ସୁବିଧା। ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିବା ନେଇ ଆଜି ଗୃହରେ ମତ ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଇ-କେଓ୍ୱାଇସି ପରେ ସେମାନଙ୍କୁ ତାଲିକାରୁ ବାଦ୍‌ ଦିଆଯାଇଛି।

ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ କେନ୍ଦୁଝରରେ ସର୍ବାଧିକ ୩୫ ହଜାର ୫୫୦ଜଣ ମୃତ ବ୍ୟକ୍ତି ରାସନ କାର୍ଡ ହିତାଧିକାରୀ ଥିଲେ। ସେହିପରି ଗଞ୍ଜାମରେ ୨୫ ହଜାର ୭୮୯, ମୟୂରଭଞ୍ଜରେ ୨୩ହଜାର ୭୯୯, ରାୟଗଡାରେ ୨୨ ହଜାର ୪୧୧ଜଣ ମୃତ ବ୍ୟକ୍ତି ରାସନ ହିତାଧିକାରୀ ରହିଥିଲେ। ରାଜ୍ୟରେ ଇ-କେଓ୍ୱାଇସି ଯାଞ୍ଚ ସମୟରେ, ୧୬ ହଜାର ୧୮୪ ଜଣ ଅଯୋଗ୍ୟ ପରିବାର ରାସନ କାର୍ଡ ନେଇଥିବା ଜଣାପଡ଼ିଛି ବୋଲି ଯୋଗାଣ ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।

ଏଥିସହିତ ମନ୍ତ୍ରୀ ଏହା ବି କହିଛନ୍ତି, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨ କୋଟି ୯୯ ଲକ୍ଷ ୫୦ ହଜାର ୮୨୦ ଜଣ ହିତାଧିକାରୀ ଇ-କେଓ୍ୱାଇସି କରିଛନ୍ତି। ସେମାନଙ୍କ ମଧ୍ୟରୁ ୨ କୋଟି ୯୮ ଲକ୍ଷ ୧୪ ହଜାର ୯୨୧ ହିତାଧିକାରୀ ଓଡ଼ିଶା ଭିତରେ ଥାଇ ଏବଂ ୧ ଲକ୍ଷ ୩୫ ହଜାର ୮୯୯ ପିଡିଏସ୍ ହିତାଧିକାରୀ ଓଡ଼ିଶା ବାହାରେ ଥାଇ ନିଜ ଇ-କେଓ୍ୱାଇସି ଅପଡେଟ୍ କରାଇଛନ୍ତି।

Leave A Reply

Your email address will not be published.