ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ରେଖା ଗୁପ୍ତା ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ

0

ନୂଆଦିଲ୍ଲୀ: ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ହେବେ ରେଖା ଗୁପ୍ତା। ବହୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେପି ଘୋଷଣା କଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାଁ। ଆଜି ସନ୍ଧ୍ୟାରେ ଦିଲ୍ଲୀ ବିଜେପି ବିଧାୟକ ଦଳ ବୈଠକ ପରେ କରାଯାଇଛି ଏହି ଘୋଷଣା। ସେ ଆସନ୍ତାକାଲି ଐତିହାସିକ ରାମଲୀଲା ମୈଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସେହିପରି ପ୍ରବେଶ ବର୍ମା ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ହେବେ।

ରେଖା ଶାଲିମାର ବାଗ ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ବୁଧବାର ବସିଥିବା ଭାଜପା ବିଧାୟକ ଦଳ ବୈଠକରେ ତାଙ୍କ ନାମକୁ ଅନୁମୋଦନ କରାଯାଇଥିଲା। ରେଖା ଗୁପ୍ତା ଦିଲ୍ଲୀ ବିଜେପିର ମହାସଚିବ ଥିବା ବେଳେ ସେ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ଏହା ସହିତ ସେ ହେବେ ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ। ସେପଟେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ପରେ ରେଖାଙ୍କ ବାସଭବନରେ ସମର୍ଥକଙ୍କ ଭିଡ଼ ଜମିଛି। ଛୁଟିଛି ଶୁଭେଚ୍ଛାର ସୁଅ।

Leave A Reply

Your email address will not be published.