ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ରେଖା ଗୁପ୍ତା ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ

0

ନୂଆଦିଲ୍ଲୀ: ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ହେବେ ରେଖା ଗୁପ୍ତା। ବହୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେପି ଘୋଷଣା କଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାଁ। ଆଜି ସନ୍ଧ୍ୟାରେ ଦିଲ୍ଲୀ ବିଜେପି ବିଧାୟକ ଦଳ ବୈଠକ ପରେ କରାଯାଇଛି ଏହି ଘୋଷଣା। ସେ ଆସନ୍ତାକାଲି ଐତିହାସିକ ରାମଲୀଲା ମୈଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସେହିପରି ପ୍ରବେଶ ବର୍ମା ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ହେବେ।

ରେଖା ଶାଲିମାର ବାଗ ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ବୁଧବାର ବସିଥିବା ଭାଜପା ବିଧାୟକ ଦଳ ବୈଠକରେ ତାଙ୍କ ନାମକୁ ଅନୁମୋଦନ କରାଯାଇଥିଲା। ରେଖା ଗୁପ୍ତା ଦିଲ୍ଲୀ ବିଜେପିର ମହାସଚିବ ଥିବା ବେଳେ ସେ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ଏହା ସହିତ ସେ ହେବେ ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ। ସେପଟେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ପରେ ରେଖାଙ୍କ ବାସଭବନରେ ସମର୍ଥକଙ୍କ ଭିଡ଼ ଜମିଛି। ଛୁଟିଛି ଶୁଭେଚ୍ଛାର ସୁଅ।

Leave A Reply

Your email address will not be published.