ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଟିଏଚ୍‌ଇ ୱାର୍ଲ୍ଡ ରିପୁଟେସନ୍ ର‌୍ୟାଙ୍କିଙ୍ଗସ : ଦେଶର ୪ଟି ଶିକ୍ଷାନୁଷ୍ଠାନ ମଧ୍ୟରେ ସୋଆ

0

ଭୁବନେଶ୍ୱର: ଶିକ୍ଷା, ସ୍ୱାସ୍ଥ୍ୟସେବା ଏବଂ ଗବେଷଣା କ୍ଷେତ୍ରରେ ଏକ ଭିନ୍ନତା ସୃଷ୍ଟି କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ମଙ୍ଗଳବାର ପ୍ରକାଶିତ ଟାଇମ୍‌ସ ହାୟାର ଏଜୁକେସନ୍ (ଟିଏଚ୍‌ଇ) ୱାର୍ଲ୍ଡ ରିପୁଟେସନ୍ ର‌୍ୟାଙ୍କିଙ୍ଗସ୍ ୨୦୨୫ ତାଲିକାରେ ଦେଶର ୪ଟି ଶିକ୍ଷାନୁଷ୍ଠାନ ମଧ୍ୟରେ ସୋଆ ସ୍ଥାନିତ ହୋଇଛି। ଏହି ତାଲିକାରେ ସୋଆ ବ୍ୟତୀତ ସ୍ଥାନ ପାଇଥିବା ଦେଶର ଅନ୍ୟ ୩ଟି ଶିକ୍ଷାନୁଷ୍ଠାନ ହେଉଛି ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସାଇନ୍‌ସ, ବେଙ୍ଗାଲୁରୁ, ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ଦିଲ୍ଲୀ ଏବଂ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ମାଡ୍ରାସ୍‌। ଦେଶର କେବଳ ଏହି ୪ଟି ଶିକ୍ଷାନୁଷ୍ଠାନ ଏହି ତାଲିକାରେ ସ୍ଥାନ ପାଇଥିବା ବେଳେ ସୋଆ ହେଉଛି ଏକମାତ୍ର ଘରୋଇ ଶିକ୍ଷାନୁଷ୍ଠାନ। ଏହି ୪ଟି ଶିକ୍ଷାନୁଷ୍ଠାନ ୨୦୧-୩୦୦ ର‌୍ୟାଙ୍କ ମଧ୍ୟରେ ସ୍ଥାନିତ ହୋଇଛନ୍ତି। ଏହି ବର୍ଷ ୩୮ଟି ଦେଶର ୩୦୦ ଶିକ୍ଷାନୁଷ୍ଠାନକୁ ନେଇ ଏହି ର‌୍ୟାଙ୍କିଙ୍ଗ ପ୍ରସ୍ତୁତ କରାଯାଇଛି।

ବିଶ୍ୱବ୍ୟାପୀ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟରୁ ଚଳିତ ବର୍ଷର ତାଲିକାରେ ହାରଭାର୍ଡ ବିଶ୍ୱବିଦ୍ୟାଳୟ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଲଗାତାର ୧୪ ବର୍ଷ ଧରି ଏହି ସ୍ଥାନ ବଜାୟ ରଖିଛି। ସେହିପରି ମାସାଚୁସେଟ୍‌ସ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଏମ୍‌ଆଇଟି) ଏବଂ ୟୁନିଭର୍ସିଟି ଅଫ୍ ଅକ୍ସଫୋର୍ଡ ଯୁଗ୍ମ ଭାବେ ଦ୍ୱିତୀୟ ସ୍ଥାନ ହାସଲ କରିଥିବା ବେଳେ ଷ୍ଟାନ୍‌ଫୋର୍ଡ ୟୁନିଭର୍ସିଟି ଏବଂ ୟୁନିଭର୍ସିଟି ଅଫ୍ କେମ୍ବ୍ରିଜ ଯୁଗ୍ମ ଭାବେ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି।

୨୦୨୪ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ ର‌୍ୟାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନଆଇଆରଏଫ୍‌) ର‌୍ୟାଙ୍କିଙ୍ଗରେ ସୋଆ ସାରା ଦେଶରେ ୧୪ ତମ ସ୍ଥାନରେ ରହିଥିବା ବେଳେ ନ୍ୟାସ୍‌ନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରେଡିଟେସନ୍ କାଉନ୍‌ସିଲ (ନାକ୍‌) ଦ୍ୱାରା ସର୍ବୋଚ୍ଚ ଗ୍ରେଡ ଏ++ ଦ୍ୱାରା ପୁନଃସ୍ୱୀକୃତି ପାଇଛି। ସେହିପରି ସୋଆ ୨୦୨୨ ରେ ୟୁନିଭର୍ସିଟି ଗ୍ରାନ୍‌ଟସ କମିସନ୍ (ୟୁଜିସି) ପକ୍ଷରୁ କ୍ୟାଟେଗୋରୀ ୧ ଗ୍ରେଡେଡ୍ ଅଟୋନୋମୀ ଷ୍ଟାଟସ୍ ମାନ୍ୟତା ପାଇଛି। ଏହି ବିଶ୍ୱବିଦ୍ୟାଳୟ ବିଶ୍ୱ ସ୍ତରରେ କ୍ୟୁଏସ୍ ଏବଂ ଟିଏଚ୍‌ଇ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ୍‌ସରେ ମଧ୍ୟ ସ୍ଥାନ ପାଇଛି।

Leave A Reply

Your email address will not be published.