ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ବାଣ ନିଆଁରେ ଜଳିଗଲା ମହାପ୍ରଭୁ ଜଗନ୍ନାଥଙ୍କ ରଥ

0

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦାରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ବାହାଘର ପ୍ରୋସେସନ୍ ବେଳେ ବାଣ ନିଆଁ ପଡି ଜଗନ୍ନାଥଙ୍କ ରଥରେ ନିଆଁ ଲାଗି ଯାଇଛି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ।

ବହୁ ପୁରାତନ ସୁକିନ୍ଦା ଗଡ଼ ଜଗନ୍ନାଥ ମନ୍ଦିରରେ ରଥଯାତ୍ରାରେ ବ୍ୟବହୃତ ରଥଟି ରଥଯାତ୍ରା ପରେ ମନ୍ଦିର ସମ୍ମୁଖରେ ରହିଥିଲା। ରାତିରେ ଏକ ବାହାଘର ପ୍ରୋସେସନ୍ ଯାଉଥିବାବେଳେ ରଥ ଉପରେ ନିଆଁ ପଡି ଯାଇ ଜଳି ଯାଇଥିଲା। ଏହାଦେଖି ସ୍ଥାନୀୟ ଲୋକେ ଅଗ୍ନିଶମବାହିନୀକୁ ଖବର ଦେଇଥିଲେ। ପରେ ଅଗ୍ନିଶମବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥି​‌ଲେ। ରଥର ଅଧିକାଂଶ ଅଂଶ ଜଳି ଯାଇଥିବା ଦେଖିବାକୁ ମିଳିଛି।

Leave A Reply

Your email address will not be published.