ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ରେମୁଣା ତହସିଲଦାର ବିଦ୍ୟାଧର ପତି ନିଲମ୍ବିତ

0

ରେମୁଣା: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ଶ୍ରୀ ପତିଙ୍କ ନାମରେ ଭିଜିଲାନ୍ସ ପକ୍ଷରୁ ଗତ ୧୩ ତାରିଖରେ ଏ ସମ୍ପର୍କିତ କେସ୍ ଦାୟର୍ କରାଯାଇଥିବା ବେଳେ ସେ ଗିରଫ୍ ହୋଇ ଜେଲ୍ ଯାଇଥିଲେ। ଏହି ନିଲମ୍ବନ ନହିଟିବା ପର୍ଯ୍ୟନ୍ତ ଶ୍ରୀ ପତିଙ୍କ ମୁଖ୍ୟାଳୟ ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସ୍ଥିର ହୋଇଛି। ଏହା ସହ ବିନା ଅନୁମତିରେ କୌଣସି ପ୍ରକାର ଛୁଟି ନେଇ ପାରିବେ ନାହିଁ ବୋଲି ନିଲମ୍ବନ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।

ସୂଚନାଯୋଗ୍ୟ, ନିଲମ୍ବିତ ରେମୁଣା ତହସିଲଦାରଙ୍କର ଭୁବନେଶ୍ବରରେ ଅଢ଼େଇ କୋଟିର ଫ୍ଲାଟ ସହ ବାଲେଶ୍ବରରେ ଏକ ଫ୍ଳାଟ୍ ଠାବ ହୋଇଥିଲା। ଦୁଇଟି ପ୍ଳଟ, ୯୩୭ ଗ୍ରାମ ସୁନା, ଏବଂ ପାଖାପାଖି ୧କୋଟି ୧୨ ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ୍ ଠାବ ହୋଇଥିଲା। ଏତେ ସଂପତ୍ତି କେଉଁଠୁ ଆଣିଲେ, ତାର ସନ୍ତୋଷଜନକ ଉତ୍ତର ରଖି ପାରିନଥିଲେ ତହସିଲଦାର। ଫଳରେ ତାଙ୍କୁ ଗିରଫ କରାଯାଇଥିଲା।

Leave A Reply

Your email address will not be published.