ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଗତକାଲି ଗାଙ୍ଗେୟ ପଶ୍ଚିମବଙ୍ଗ ରୁ ତେଲେଙ୍ଗାନା ଯାଏଁ ବିସ୍ତାରିତ ହୋଇଥିବା ଟ୍ରଫ୍ ରେଖା ଆଜି ଉତ୍ତର ବାଂଲାଦେଶ ରୁ ଗାଙ୍ଗେୟ ପଶ୍ଚିମବଙ୍ଗ, ଆଭ୍ୟନ୍ତର ଓଡ଼ିଶା, ଦକ୍ଷିଣ ଛତିଶଗଡ ଦେଇ ତେଲେଙ୍ଗାନା ଯାଏଁ ବିସ୍ତାରିତ ହୋଇଛି।

ପ୍ରଭାବ ରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, କେଉଁଝର, ବାଲେଶ୍ଵର, ଭଦ୍ରକ, ସୁନ୍ଦରଗଡ, ଦେଓଗଡ଼ , ସମ୍ବଲପୁର, ସୋନପୁର, ବରଗଡ଼, ବୌଦ୍ଧ , ଯାଜପୁର, ଢ଼େଙ୍କାନାଳ, ଅନୁଗୋଳ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନାଗିରି ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। କିଛି ଅଞ୍ଚଳ ରେ ପବନ ର ବେଗ ଘଣ୍ଟା ପ୍ରତି ପ୍ରାୟ ୩୦-୪୦କିମି ରହିବ। ଉତ୍ତର ଓଡ଼ିଶା ର କିଛି ଅଞ୍ଚଳ ରେ କୁଆପଥର ବୃଷ୍ଟି ହୋଇପାରେ।

ଆସନ୍ତା ୪-୫ ଦିନ ଯାଏଁ ଉତ୍ତର ଓଡ଼ିଶା, ଉପକୂଳ ଓଡ଼ିଶା ର ର କିଛି ଅଞ୍ଚଳ ରେ ମଝିରେ ମଝିରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.