ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଅଚ୍ୟୁତ ସାମନ୍ତଙ୍କୁ ହାଜର ହେବାକୁ ନିର୍ଦ୍ଦେଶ

0

ଭୁବନେଶ୍ବର: ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, କିଟ୍‌ ବିଶ୍ୱବିଦ୍ୟାଳୟରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ୍‌ (୨୦)। ପ୍ରକ୍ରିତି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ୍‌ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ଫ୍ୟାନ୍‌ ଜରିଆରେ ଓଢ଼ଣିରେ ଝୁଲି ଆଖି ବୁଜିଛନ୍ତି।

ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍‌ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଛି। ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ପୁରୁଷବନ୍ଧୁଙ୍କ ବ୍ଲାକମେଲ୍‌ରୁ ପ୍ରକ୍ରିତି ଏଭଳି କରିବାକୁ ବାଧ୍ୟ ହୋଇଥିଲେ ବୋଲି ସହପାଠୀମାନେ ଦାବି କରିବା ସହ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ଶତାଧିକ ନେପାଳୀ ଛାତ୍ରୀଛାତ୍ର ରବିବାର ରାତିରୁ ଆନ୍ଦୋଳନ କରିବା ସହ ସୋମବାର ସକାଳୁ ମଧ୍ୟ ବିଶ୍ୱବିଦ୍ୟାଳୟ ସାମ୍ନା ରାସ୍ତାକୁ ଅବରୋଧ କରି ବିକ୍ଷୋଭ କରିଥିଲେ।

ତେବେ ଏହି ଘଟଣାକୁ ନେଇ ନେପାଳୀ ଛାତ୍ରୀଛାତ୍ର ଓ କିଟ୍‌ କର୍ତ୍ତୃପକ୍ଷ ମୁହାଁମୁହିଁ ପରିସ୍ଥିତିର କେତେକ ଭିଡିଓ ଭାଇରାଲ ମଧ୍ୟ ହୋଇଛି। ଛାତ୍ରୀଙ୍କୁ ଧମକ ସହ ହଷ୍ଟେଲରୁ ବଳପୂର୍ବକ ତଡୁଥିବା ଦେଖିବାକୁ ମିଳିଛି। ଏଥିସହ ଛାତ୍ରଙ୍କୁ ସୁରକ୍ଷାକର୍ମୀ ମାଡ଼ ମାରୁଥିବା ମଧ୍ୟ ଭିଡିଓରୁ ଦେଖିବାକୁ ମିଳିଛି। ସେପଟେ କ୍ୟାମ୍ପସ୍‌ରେ ଅଧିକ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଏଡାଇବା ପାଇଁ ସବୁ ବର୍ଷର ନେପାଳୀ ଛାତ୍ରୀଛାତ୍ରଙ୍କ କ୍ଲାସ୍‌କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଲେଜ କର୍ତ୍ତୃପକ୍ଷ ବନ୍ଦ କରି ‘ସାଇନ୍‌ ଏ ଡାଏ’ ଘୋଷଣା କରିଥିଲେ। ସେମାନଙ୍କୁ ନିଜ ଘରକୁ ଫେରିଯିବାକୁ କୁହାଯିବା ସହ ତୁରନ୍ତ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏପରିକି ପ୍ରାୟ ଶତାଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ବସ୍‌ ଯୋଗେ ବଳପୂର୍ବକ କଟକ ରେଳ ଷ୍ଟେଶନରେ ଛାଡ଼ି ଦିଆଯାଇଥିଲା।

ପୋଲିସ ସୂଚନା ଅନୁଯାୟୀ, ଦୁଇବର୍ଷ ତଳେ ପ୍ରକ୍ରିତି ଓ ଆଦଭିକ୍‌ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଏହାରି ଭିତରେ ପ୍ରକ୍ରିତିଙ୍କ କିଛି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ଆଦଭିକ୍‌ ମୋବାଇଲରେ ରଖିଥିଲେ। ଫଟୋ ଓ ଭିଡିଓ ଜରିଆରେ ସେ ପ୍ରକ୍ରିତିଙ୍କୁ ବ୍ଲାକମେଲ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହି କାରଣରୁ ଉଭୟ କିଟ୍‌ ଇଣ୍ଟରନ୍ୟାଶନାଲ ରିଲେଶନ୍‌ ଅଫିସ (ଆଇଆର୍‌ଓ)ର ସାହାଯ୍ୟ ନେଇଥିବାବେଳେ ଦୁଇଥର ଏହି ସମସ୍ୟାର ଆପୋସ ସମାଧାନ ହୋଇଥିଲା। ହେଲେ କିଛିଦିନ ଯିବା ପରେ ଆଦଭିକ୍‌ ପୂର୍ବଭଳି ସମ୍ପର୍କ ରଖିବା ପାଇଁ ପୀଡିତାଙ୍କ ଉପରେ ଚାପ ପକାଇଥିଲେ। କିନ୍ତୁ ପ୍ରକ୍ରିତି ରାଜି ନ ହେବାରୁ ଆଦଭିକ୍‌ ତାଙ୍କୁ ପୁଣି ମାନସିକ ନିର୍ଯାତନା ଦେଇଥିଲେ।

ରବିବାର ସକାଳେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ପ୍ରକ୍ରିତି ଆତ୍ମହତ୍ୟା କରିଥିବା ନେଇ ସହପାଠୀମାନେ ଦେଖିବାକୁ ପାଇଥିଲେ। ତୁରନ୍ତ ସେମାନେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କିମ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏହି ଘଟଣାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଉଦ୍‌ବେଗ ପ୍ରକାଶ କରିବା ସହ ନେପାଳ ଦୂତାବାସ ଘଟଣାକୁ ନେଇ ଚିନ୍ତାପ୍ରକଟ କରିବା ସହ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଥିଲା।

Leave A Reply

Your email address will not be published.