ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ୨ କୃଷି ଅଧିକାରୀ

0

ନବରଙ୍ଗପୁର: ଲାଞ୍ଚ ନେଇ ଧରା ପଡିଲେ ନବରଙ୍ଗପୁର ୨ କୃଷି ଅଧିକାରୀ। ନବରଙ୍ଗପୁର ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଳନିଧି ସ୍କିମରେ ସବ୍‌ସିଡି କରାଇଦେବାକୁ ନେଇ ଜଣେ ଚାଷୀଙ୍କ ପାଖରୁ ୫ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ମାଡିବସିଥିଲା। ଧରାପଡିବା ପରେ ଉଭୟଙ୍କର ୫ ଟି ସ୍ଥାନରେ ଚାଲିଛି ଆୟ ବହିର୍ଭୂତ ସମ୍ପତ୍ତିର ଯାଞ୍ଚ।

ସୂଚନ ମୁତାବକ, ଜଳନିଧି ଯୋଜନାର ଜଣେ ହିତାଧିକାରୀ ତାଙ୍କ ଜମିରେ ବୋରୱେଲ ଖୋଲିବା ପାଇଁ ଆସିଥିବା ସବ୍‌ସିଡି ଟଙ୍କା ମାଗିଥିଲେ। ମାତ୍ର ହିତାଧିକାରୀଙ୍କୁ ସେହି ଟଙ୍କା ଦେବା ପାଇଁ ତାଙ୍କ ଠାରୁ ୫୦୦୦ ଟଙ୍କା ଲାଞ୍ଚ ମାଗିଥିଲେ ଆସିଷ୍ଟାଣ୍ଟ ଆଗ୍ରିକଲଚର୍‌ ଅଫିସର୍‌ ନୀଳକାନ୍ତ ପରିଡ଼ା ଏବଂ ବ୍ଲକ୍‌ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ରସିଂ ବୁନ୍ଦେଲ। ଏନେଇ ହିତାଧିକାରୀ ଜଣଙ୍କ ଭିଜିଲାନ୍ସ ଟିମ୍‌କୁ ଜଣାଇଥିଲେ। ଅଭିଯୋଗ ପରେ ଉକ୍ତ ଦୁଇ କୃଷି ଅଧିକାରୀଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା ଭିଜିଲାନ୍ସ। ଆଜି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଟିମ୍‌ ଚଢାଉ କରି ଉଭୟଙ୍କୁ ଗିରଫ କରିଛି। ସେମାନଙ୍କ ପାଖରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହି ଚଢାଉ ପରେ ନୀଳକାନ୍ତ ପରିଡ଼ାଙ୍କ ୩ ଟି ସ୍ଥାନରେ ଏବଂ ସୁରେନ୍ଦ୍ରସିଂ ବୁନ୍ଦେଲଙ୍କ ୨ ଟି ସ୍ଥାନରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌।

Leave A Reply

Your email address will not be published.