ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା

0

ଢେଙ୍କାନାଳ: ଶୋଇଥିବା ବେଳେ ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା। ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି କଳାଙ୍ଗ ଗ୍ରାମରେ ଥିବା ଏକ ଫାର୍ମହାଉସରେ। ରବିବାର ଭୋରୁ ଭୋରୁ ଫାର୍ମହାଉସ ମାଲିକ ଶୋଇଥିବା ବେଳେ ଏହି ହତ୍ୟାକଣ୍ଡ ଭିଆଇଛନ୍ତି ଦୁର୍ବୃତ୍ତ। ଗୁଳିମାଡ଼ରେ ଫାର୍ମ ହାଉସ ମାଲିକ ଗୋବିନ୍ଦ ଚନ୍ଦ୍ର ନାୟକଙ୍କ ମୃତ୍ୟୁ ହୋଇଛି। ସେ ଫାସି ଗାଁ ଶିବମନ୍ଦିର ନିକଟରେ ଫାର୍ମ ହାଉସ କରିଥିଲେ।

ଗୋବିନ୍ଦ ନାୟକ ଗତକାଲି ରାତିରେ ନିଜ ଫାର୍ମ ହାଉସରେ ଶୋଇଥିଲେ। କେହି ଦୃର୍ବୃତ୍ତ ଆସି ଟର୍ଚ୍ଚ ମାରିଥିଲେ। ଏହା ଦେଖି ଗୋବିନ୍ଦ ପାଟି କରିବାରୁ ଦୃର୍ବୃତ୍ତମାନେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏଥିରେ ଗୋବିନ୍ଦ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଗୁଳିମାଡ଼ର କାରଣ ଜଣାପଡିନାହିଁ। ପୂର୍ବ ଶତ୍ରୁତା ନା ଆଉ କିଛି କାରଣ ରହିଛି ସେନେଇ ସଦର ଥାନା ପୋଲିସ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.