ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ମହାସ୍ନାନର ଶେଷ ସପ୍ତାହ। ୨୬ ତାରିଖରେ ମହାକୁମ୍ଭ ସରିବାକୁ ଯାଉଛି। ଏହି ଅବସରରେ ରବିବାରଠାରୁ ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରୟାଗରାଜର ମହାକୁମ୍ଭ ମେଳାରେ ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ ପକାଇଛନ୍ତି।
ଆଜି ମୁଖ୍ୟମନ୍ତ୍ରୀ ପ୍ରୟାଗରାଜରେ ରହିବାର କାର୍ଯ୍ୟକ୍ରମ ଥିବାବେଳେ ଆସନ୍ତାକାଲି(ସୋମବାର) ଅଯୋଧ୍ୟା ରାମ ମନ୍ଦିର ଯାଇ ରାମଲାଲାଙ୍କୁ ଦର୍ଶନ କରିବେ। ପରେ ବାରଣାସୀ ଯିବେ। ଏବଂ ସେଠାରେ ରାତ୍ରିଯାପନ କରିବା ପରେ ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ଵରରେ ପହଞ୍ଚିବା ନେଇ ସୂଚନା ରହିଛି।

ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୧୪୪ ବର୍ଷ ପରେ ଅନୁଷ୍ଠିତ ହେଉଛି। ଏହା ହିନ୍ଦୁ ଧର୍ମର ସବୁଠାରୁ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ଧାର୍ମିକ କାର୍ଯ୍ୟକ୍ରମ ମଧ୍ୟରୁ ଗୋଟିଏ। ଏହି ବିଶେଷ ଅବସରକୁ ଧାର୍ମିକ ପ୍ରଗତି ଏବଂ ପାପରୁ ମୁକ୍ତିର ପ୍ରତୀକ ଭାବରେ ବିବେଚନା କରାଯାଏ। ୧୩ ତାରିଖରୁ ଆରମ୍ଭ ହୋଇଥିବା ମହାକୁମ୍ଭ ମେଳାରେ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତ ଆସିଛନ୍ତି, ଯାହାର ମୋଟ ସଂଖ୍ୟା ୬୦ କୋଟି ଅତିକ୍ରମ କରିଛି।

Leave A Reply

Your email address will not be published.