ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ମହାସ୍ନାନର ଶେଷ ସପ୍ତାହ। ୨୬ ତାରିଖରେ ମହାକୁମ୍ଭ ସରିବାକୁ ଯାଉଛି। ଏହି ଅବସରରେ ରବିବାରଠାରୁ ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରୟାଗରାଜର ମହାକୁମ୍ଭ ମେଳାରେ ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ ପକାଇଛନ୍ତି।
ଆଜି ମୁଖ୍ୟମନ୍ତ୍ରୀ ପ୍ରୟାଗରାଜରେ ରହିବାର କାର୍ଯ୍ୟକ୍ରମ ଥିବାବେଳେ ଆସନ୍ତାକାଲି(ସୋମବାର) ଅଯୋଧ୍ୟା ରାମ ମନ୍ଦିର ଯାଇ ରାମଲାଲାଙ୍କୁ ଦର୍ଶନ କରିବେ। ପରେ ବାରଣାସୀ ଯିବେ। ଏବଂ ସେଠାରେ ରାତ୍ରିଯାପନ କରିବା ପରେ ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ଵରରେ ପହଞ୍ଚିବା ନେଇ ସୂଚନା ରହିଛି।

ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୧୪୪ ବର୍ଷ ପରେ ଅନୁଷ୍ଠିତ ହେଉଛି। ଏହା ହିନ୍ଦୁ ଧର୍ମର ସବୁଠାରୁ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ଧାର୍ମିକ କାର୍ଯ୍ୟକ୍ରମ ମଧ୍ୟରୁ ଗୋଟିଏ। ଏହି ବିଶେଷ ଅବସରକୁ ଧାର୍ମିକ ପ୍ରଗତି ଏବଂ ପାପରୁ ମୁକ୍ତିର ପ୍ରତୀକ ଭାବରେ ବିବେଚନା କରାଯାଏ। ୧୩ ତାରିଖରୁ ଆରମ୍ଭ ହୋଇଥିବା ମହାକୁମ୍ଭ ମେଳାରେ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତ ଆସିଛନ୍ତି, ଯାହାର ମୋଟ ସଂଖ୍ୟା ୬୦ କୋଟି ଅତିକ୍ରମ କରିଛି।

Leave A Reply

Your email address will not be published.