ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ଯୁବତୀଙ୍କ ଗଳା କାଟି ହତ୍ୟା କଲା ପ୍ରେମିକ

0

ସୋର: ଏକତରଫା ପ୍ରେମର କରୁଣ ପରିଣତି। ପ୍ରେମରେ ବିଫଳ ପିଶାଚ ପ୍ରେମିକର ବର୍ବରକାଣ୍ଡ। ବାଲେଶ୍ଵର ଜିଲ୍ଲା ସୋର ଥାନା ଲିଙ୍ଗାପଡା ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ପ୍ରେମରେ ବିଫଳ ହୋଇ ଜଣେ ଯୁବକ ଯୁବତୀଙ୍କ ବେକ କାଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଯୁବତୀ ଜଣଙ୍କ ନାମ ହେଉଛି ଜ୍ୟୋତିର୍ମୟୀ ରଣା (୨୫)। ଜ୍ୟୋତିର୍ମୟୀ ଭୁବନେଶ୍ୱରରେ ଏକ ଘରୋଇ ସଂସ୍ଥାରେ କାମ କରୁଥିବା ବେଳେ ଦୁଇମାସ ତଳେ ଘରକୁ ଆସିଥିଲେ।

ସୋମବାର ଘରେ କେହି ନଥିବା ବେଳେ ସେ ଏକାକୀ ଥିଲେ। ଘରେ କେହି ନଥିବାର ସୁଯୋଗ ନେଇ ଅଭିଯୁକ୍ତ ଜଣକ ଏଭଳି କାଣ୍ଡ ଘଟାଇଛି। ମାତ୍ର କିଛି ସମୟ ପରେ ଘର ଲୋକ ଫେରି ତାଙ୍କ ଗଳା କଟା ଯାଇଥିବା ଦେଖିବା ପରେ ତୁରନ୍ତ ସୋର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ସୋର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗତ ଦୁଇଦିନ ତଳେ ଜଣେ ଯୁବକ ତାଙ୍କୁ ହଇରାଣ କରୁଥିବା ନେଇ ସୋର ଥାନାରେ ଅଭିଯୋଗ ହୋଇଥିବା ବେଳେ ପ୍ରେମ ଜନିତ କାରଣରୁ ଏହି ହତ୍ୟା ହୋଇଥାଇ ପାରେ ବୋଲି ଅନୁମାନ କରାଯାଉଛି। ହତ୍ୟାକାଣ୍ଡ ଘଟାଇ ଯୁବକ ଜଣକ ଫେରାର୍ ହୋଇଯାଇଛି।

Leave A Reply

Your email address will not be published.