ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ହାଇୱା ଧକ୍କାରେ ମହିଳା ମୃତ୍ୟୁ

0

କେନ୍ଦ୍ରାପଡା: ହାଇୱା ଧକ୍କାରେ ମହିଳାଙ୍କ ମୃତ୍ୟୁ। ସୋମବାର ପୂର୍ବାହ୍ନରେ କେନ୍ଦ୍ରାପଡା ତିନିମୁହାଣି ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଶ୍ରଦ୍ଧାଞ୍ଜଳି। ଏହାପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି। ଉତ୍ୟକ୍ତ ଲୋକେ ହାଇୱାକୁ ଅଟକ ରଖିବା ସହ ଡ୍ରାଇଭରକୁ ନିସ୍ତୁକ ମାଡ଼ ମାରିଛନ୍ତି।

ସୂଚନାନୁସାରେ, କେନ୍ଦ୍ରାପଡା ତିନିମୁହାଣି ଛକରେ ସ୍କୁଟିରେ ମାଆ, ପୁଅ ଓ ସ୍ୱାମୀ ଯାଉଥିବା ବେଳେ ହାଇୱାଟି ସ୍କୁଟିକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ମହିଳାଙ୍କ ସ୍ୱାମୀ ଓ ପୁଅ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକଙ୍କ ପକ୍ଷରୁ କ୍ଷତିପୂରଣ ଏବଂ କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତା ରୋକ କରିଛନ୍ତି। ସ୍ଥାନୀୟ ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।

Leave A Reply

Your email address will not be published.