ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଧକ୍କା ଦେଲା ମୋ ବସ୍‌, ୨ ଯୁବକ ଗୁରୁତର

0

ଭୁବନେଶ୍ବର: ପୁଣି ଦୁର୍ଘଟଣା ଘଟାଇଲା ମୋ ବସ୍‌। ମଙ୍ଗଳବାର ମାଷ୍ଟରକ୍ୟାଣ୍ଟିନ ଛକରେ ୨ଜଣ ଯୁବକଙ୍କୁ ମୋ ବସ୍‌ ଧକ୍କା ଦେଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ୨ ଜଣ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମରଣ ଯନ୍ତା ପାଲଟିଛି ମୋ ବସ୍ । ପ୍ରତିଦିନ ଗୋଟେ ପରେ ଗୋଟେ ଦୁର୍ଘଟଣା ଘଟାଉଛି ମୋ ବସ୍। ଆଖି ବୁଜି ଗାଡି ଚଳାଉଛନ୍ତି ଡ୍ରାଇଭର। ଫଳରେ ଯାଉଛି ନିରିହ ଲୋକଙ୍କ ଜୀବନ। ଆଜି ପୁଣି ଦୁର୍ଘଟଣା ଘଟାଇଛି ମୋ ବସ୍। ଭୁବନେଶ୍ଵର ମାଷ୍ଟରକ୍ୟାଣ୍ଟିନ ରେଳ ଷ୍ଟେସନ ନିକଟ ବସ୍‌ଷ୍ଟାଣ୍ଡରେ ଠିଆ ହୋଇଥିବା ୨ ଜଣେ ଯୁବକଙ୍କ ଉପରକୁ ମାଡ଼ିଗଲା ମୋ ବସ। ଯୁବକ ଜଣଙ୍କ ଗୁରୁତର ଥିବା ବେଳେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଉ ଜଣଙ୍କ ପରିଚୟ ମିଳିପାରି ନାହିଁ।
ସୂଚନା ଅନୁସାରେ, ଗୁରୁତର ଯୁବକ ଜଣଙ୍କ ହେଉଛନ୍ତି ପୁରୀର ରଞ୍ଜିତ ବେହେରା। କୌଣସି କାରଣ ବସତଃ ରଞ୍ଜିତ ଟ୍ରେନ ଯୋଗେ ଭୁବନେଶ୍ବର ଆସିଥିଲେ। ଷ୍ଟେସନରେ ପହଁଚିବା ପରେ ଖରା ହେଉଥିବା କାରଣରୁ ଏକ ଗଛ ପାଖରେ ଠିଆ ହେଇଥିଲେ ରଞ୍ଜିତ। ଠିକ୍ ସେତିକିବେଳେ ମୋ ବସ୍‌ ଆସି ତାଙ୍କୁ ଧକ୍କା ଦେଇଥିଲା। ଯୁବକଙ୍କ ଅବସ୍ଥା ଗୁରୁତର ଥିବା ବେଳେ ତାଙ୍କର ଗୋଡ଼ରେ ପ୍ରବଳ ଆଘାତ ଲାଗିଥିବା ନେଇ ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.