ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ପ୍ରଧାନ ଶିକ୍ଷକ ନିଲମ୍ୱିତ

0

ଚିତ୍ରକୋଣ୍ଡା: ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ଜିଲ୍ଲା ପ୍ରଶାସନର ସୁପାରିସ ଆଧାରରେ ପ୍ରଧାନ ଶିକ୍ଷକ ଅଜିତ କୁମାର ମାଡକାମୀଙ୍କୁ ରାଜ୍ୟ ସରକାର ନିଲମ୍ୱନ କରିଛନ୍ତି। ଏଥିସହ ଘଟଣାରେ କାହାର ସମ୍ପୃକ୍ତି ରହିଛି ସେନେଇ ତଦନ୍ତ ଆରମ୍ଭ କରିଛି ପୋଲିସ। ଛାନବିନ୍ ପରେ ପୋଲିସ ନିକଟରେ ଆତ୍ମସମର୍ପଣ କରିଛି ଅଭିଯୁକ୍ତ।

ସୂଚନା ଅନୁସାରେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ସ୍ଥାନୀୟ ବିଦ୍ୟାଳୟର ହଷ୍ଟେଲରେ ରହି ପାଠ ପଢ଼ୁଥିବା ଛାତ୍ରୀ ଜଣଙ୍କ ଏବେ ଦଶମ ଶ୍ରେଣୀ ପରୀକ୍ଷା ଦେଉଛନ୍ତି। ଛାତ୍ରୀ ଜଣଙ୍କ ପରୀକ୍ଷା ଦେଇ ହଷ୍ଟେଲ ଫେରି ନଥିବାରୁ ଛାତ୍ରୀଙ୍କ ଘରକୁ ଫୋନ୍ କରି ଜଣାଇଥିଲେ। ପହଞ୍ଚିବା ପରେ ଝିଅ ସନ୍ତାନ ଜନ୍ମ କରିଥିବା ଜାଣିବାକୁ ପାଇଥିଲେ ବାପା ମାଆ। ସ୍କୁଲ ଚାରି କାନ୍ଥ ଭିତରେ ଏତେ ବଡ଼ ଘଟଣା କେମିତି ଘଟିଲା ତାକୁ ନେଇ ଏବେ ଚିନ୍ତାରେ ବାପା ମାଆ।

Leave A Reply

Your email address will not be published.