ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସାଇବର ଠକେଇର ଶିକାର ହେଲେ କୁଳପତି

0

ବ୍ରହ୍ମପୁର: ସାଇବର ଠକେଇର ଶିକାର ହେଲେ ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟ କୂଳପତି। ଭିସି ପ୍ରଫେସର ଗୀତାଞ୍ଜଳୀ ଦାସଙ୍କ ଠାରୁ ଡିଜିଟାଲ ଆରେଷ୍ଟ ଜରିଆରେ ୧୪ ଲକ୍ଷ ଟଙ୍କା ଲୁଟି ନେଇଥିବା ନେଇ ସାଇବର ଥାନାରେ ଅଭିଯୋଗ ହୋଇଛି।

ଏସପିଙ୍କ ସୂଚନା ମୁତାବକ, ଏ ବିଷୟରେ ଜାଣିବା ପରେ, କୁଳପତି ପ୍ରଫେସର ଦାସ ସାଇବର ଥାନାରେ ଏତଲା ଦାୟର କରିଛନ୍ତି। ପ୍ରଫେସର ଦାସଙ୍କ ଏତଲା ଅନୁଯାୟୀ, ଜଣେ ବ୍ୟକ୍ତି ନିଜକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀ ପରିଚୟ ଦେଇ ତାଙ୍କୁ ଡିଜିଟାଲ ଆରେଷ୍ଟ କରାଯାଇଥିବା କହିଥିଲେ। ଯାହା ଫଳରେ ପ୍ରଫେସର ଦାସ ସମ୍ପୃକ୍ତ ବ୍ୟକ୍ତିକୁ ବ୍ୟାଙ୍କ ସମ୍ବନ୍ଧୀୟ ସମସ୍ତ ସୂଚନା ଦେଇଥିଲେ। ପରେ ଜାଣିବାକୁ ପାଇଥିଲେ ଯେ ତାଙ୍କ ଆକାଉଣ୍ଟରୁ ୧୪ ଲକ୍ଷ ଟଙ୍କା ଗାଏବ ହୋଇଯାଇଛି। କୁଳପତିଙ୍କ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରାଯାଇଥିବା କହିଛନ୍ତି ଏସପି।

Leave A Reply

Your email address will not be published.