ଭୁବନେଶ୍ଵର , ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା ।୨୮ ତାରିଖ ଅର୍ଥାତ୍ ଆସନ୍ତାକାଲି ପ୍ରଥମଥର ପାଇଁ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ପୁରୀରେ ଆୟୋଜନ କରାଯାଉଛି। ଏଥିରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ୍ ପ୍ରକାଶ ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ନଡ୍ଡା ଆଜିଠାରୁ ଦୁଇଦିନଆ ଓଡ଼ିଶା ଗସ୍ତରେ ଆସୁଛନ୍ତି।
ସନ୍ଧ୍ୟା ୭ଟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ କୋଣାର୍କ ଯାଇ ରାତ୍ରିଯାପନ କରିବେ। ଆସନ୍ତାକାଲି ନଡ୍ଡା ପୁରୀରେ ହେବାକୁ ଥିବା ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ଭୁବନେଶ୍ୱର ଫେରି ଦଳର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ଚର୍ଚ୍ଚା ଏବଂ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ ସୂଚନା ଦେଇଛନ୍ତି।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ