ଭୁବନେଶ୍ଵର, ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି। ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। କିଛିଦିନ ହେଲା ସେ ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ ଓ କିଛିଦିନ ପୂର୍ବରୁ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ୧୩୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ। ୬୭ ବର୍ଷ ବୟସରେ ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଛି।
୧୯୫୮ ମସିହା ଜାନୁଆରୀ ପହିଲାରେ ମୟୂରଭଞ୍ଜରେ ଜନ୍ମଗ୍ରହଣ କରିଥିବା ଉତ୍ତମ ମହାନ୍ତି ଛୋଟ ବେଳୁ ଅଭିନୟ ପ୍ରତି ସମର୍ପିତ ଥିଲେ। ବାରିପଦାରେ ପ୍ରାଥମିକ ଶିକ୍ଷା ଲାଭ କରିବା ପରେ ଉଚ୍ଚଶିକ୍ଷା ପାଇଁ କଟକ ଆସିଥିଲେ। ତେବେ ଅଭିନୟ ପ୍ରତି ତାଙ୍କର ଆଗ୍ରହ ତାଙ୍କୁ ସିନେମାର ସ୍ୱପ୍ନ ଦୁନିଆ ଆଡକୁ ନେଇଯାଇଥିଲା ଏବଂ ସେ କମ ବୟସରେ ଫିଲ୍ମ ଜଗତରେ ପାଦ ଥାପିଥିଲେ। କଲେଜ ସମୟରେ ଅଭିନୟ ପ୍ରତି ତାଙ୍କର ଆଗ୍ରହ ବୃଦ୍ଧି ପାଇଥିଲା, କାରଣ ସେ ନାଟକରେ ସକ୍ରିୟ ଭାବରେ ଅଂଶଗ୍ରହଣ କରୁଥିଲେ, ସବୁବେଳେ ମୁଖ୍ୟ ଭୂମିକାରେ ଅଭିନୟ କରିବାକୁ ଚେଷ୍ଟା କରୁଥିଲେ। ଅଭିନୟ ବ୍ୟତୀତ ବ୍ୟାଡମିଣ୍ଟନ ଓ ଟେବୁଲ ଟେନିସ ଭଳି କ୍ରୀଡ଼ା ପ୍ରତି ମଧ୍ୟ ତାଙ୍କର ଆଗ୍ରହ ଥିଲା।
୭୦ ଦଶକରେ ନିଜ ଅଭିନୟ ମାଧ୍ୟମରେ ଘରେ ଘରେ ପରିଚୟ ସୃଷ୍ଟି କରିଥିଲେ ଉତ୍ତମ ମହାନ୍ତି। ୧୯୭୭ରେ ପ୍ରଥମ ସିନେମା ‘ଅଭିମାନ’ରୁ କ୍ୟାରିୟର ଆରମ୍ଭ କରିଥିଲେ ସେ। ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ ଉତ୍ତମ। ଏପରି କି ନିଖୁଣ ଅଭିନୟ ଲାଗି ସେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ଭଳି ଅନେକ ପୁରସ୍କାର ପାଇଥିଲେ।
ଉତ୍ତମ ମହାନ୍ତି ପତି ପତ୍ନୀ, ନିଝୁମ ରାତିର ସାଥୀ, ଚିହ୍ନା ଅଚିହ୍ନା, ରାମାୟଣ, ତପସ୍ୟା, ଦଣ୍ଡା ବାଳୁଙ୍ଗା, ଜୀବନ ସଂଗ୍ରାମ, ସୁନା ଚଢେଇ ଓ ରାମ ବଳରାମ ଭଳି ହିଟ୍ ସିନେମା ଜରିଆରେ ଲୋକପ୍ରିୟତା ଅର୍ଜନ କରିଥିଲେ। ରୋମାଣ୍ଟିକ୍ ହିରୋଠାରୁ ଆରମ୍ଭ କରି ଆକ୍ସନ ଭରା ଅଭିନୟ ପର୍ଯ୍ୟନ୍ତ ବିଭିନ୍ନ ଭୂମିକାରେ ଖାପ ଖୁଆଇବାର ଦକ୍ଷତା ତାଙ୍କୁ ଆମ ସମୟର ଏକ ବହୁମୁଖୀ ତାରକାରେ ପରିଣତ କରିଥିଲା। ସେ ୩୦ରୁ ଅଧିକ ବଙ୍ଗଳା ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ଏବଂ ଶତାବ୍ଦୀ ରାୟଙ୍କ ସହ ଏକ ହିନ୍ଦୀ ଚଳଚ୍ଚିତ୍ର ‘ନୟା ଜହର’ରେ ମଧ୍ୟ ଅଭିନୟ କରିଥିଲେ।
ମୟୂରଭଞ୍ଜ ଜିଲାର ବାରିପଦାଠାରେ ଜନ୍ମ ହୋଇଥିଲେ ଉତ୍ତମ ମହାନ୍ତି। ସେ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ। ଅଭିନେତ୍ରୀ ଅପରାଜିତାଙ୍କୁ ସେ ବିବାହ କରିଥିଲେ। ତାଙ୍କ ପୁଅ ବାବୁସାନ ମଧ୍ୟ ଜଣେ ଆଗଧାଡିର ଅଭିନେତା। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।
ପ୍ରମୁଖ ଖବର
ଫିଟନେସ୍ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ