ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ମାଟ୍ରିକ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି

0

ଭୁବନେଶ୍ବର: ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି। ଆଜି ଛାତ୍ରଛାତ୍ରୀ ବିଜ୍ଞାନ ବିଷୟରେ ପରୀକ୍ଷା ଦେଇଛନ୍ତି। ବିଜ୍ଞାନ ସି ସେଟ୍‌ରେ ୪ ମାର୍କ କମ୍‌ ଥିବା ସୂଚନା ମିଳିଛି। ଏପଟେ ବୋର୍ଡ ସଭାପତି ତ୍ରୁଟିକୁ ସ୍ୱୀକାର କରିଛନ୍ତି। ବୋର୍ଡ ସଭାପତି କହିଛନ୍ତି, ଯେପରି ପରୀକ୍ଷାର୍ଥୀଙ୍କର କ୍ଷତି ନ ହେବ ବିଚାର କରୁଛୁ। ମୂଲ୍ୟାୟନ କମିଟି ଏନେଇ ବିଚାର କରି ନିଷ୍ପତ୍ତି ନେବ। ମୋ ପକ୍ଷରୁ ପିଲାଙ୍କୁ ଆଶ୍ବସ୍ତି କରୁଛି ବୋଲି ସେ କହିଛନ୍ତି।

ମାଟ୍ରିକ ପରୀକ୍ଷାର ଆଜି ଚତୁର୍ଥ ଦିନ। ଚତୁର୍ଥ ଦିନରେ ଆଜି ବିଜ୍ଞାନ ବିଷୟରେ ପରୀକ୍ଷା ଥିଲା। ପରୀକ୍ଷା ୯ଟାରୁ ଆରମ୍ଭ ହୋଇ ସାଢ଼େ ୧୧ଟା ଯାଏ ଚାଲିଥିଲା। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ହାଇସ୍କୁଲ ସାର୍ଟିଫିକେଟ(ମାଟ୍ରିକ) ପରୀକ୍ଷା ଫେବୃଆରୀ ୨୧ରୁ ଆରମ୍ଭ ହୋଇଥିବାବେଳେ ଏହା ମାର୍ଚ୍ଚ ୬ତାରିଖ ଯାଏ ଚାଲିବ। ରାଜ୍ୟରେ ହୋଇଥିବା ୩ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ ଦେଉଛନ୍ତି। କପି ରୋକିବା ପାଇଁ ଚାରିସ୍ତରୀୟ ସ୍କ୍ବାଡ୍ ବ୍ୟବସ୍ଥା କରାଯାଇଛି। ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିଛି। ୬ଶହ କେନ୍ଦ୍ରରେ ଲାଇଭ ଭିଡିଓ ବ୍ୟବସ୍ଥା ହୋଇଛି। ପ୍ରଶ୍ନପତ୍ର ଭାଇରାଲ୍ ରୋକିବା ପାଇଁ କ୍ୟୁଆର୍‌ କୋର୍ଡ ବ୍ୟବସ୍ଥା କରାଯାଇଛି।

Leave A Reply

Your email address will not be published.