ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ମୟୂରଭଞ୍ଜରେ ୩୭୫ କୋଟିର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା ଉପଖଣ୍ଡରେ ୩୭୫ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହିତ ଉଦଳାର ପାଟପୁର ଅଞ୍ଚଳରେ ଆୟୋଜିତ ‘ବିକାଶ ପଥେ ମୟୂରଭଞ୍ଜ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ କାର୍ଯ୍ୟକାରୀ ହୋଇଥିବା ୫୨ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି। ପ୍ରାୟ ୨୭୫ କୋଟି ଟଙ୍କା ବିନିମୟରେ ୧୦୬ଟି ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ କରିଛନ୍ତି।
କପ୍ତିପଦା ଉପଖଣ୍ଡରେ ଶୁଭାରମ୍ଭ ଓ ଶିଳାନ୍ୟାସ ହୋଇଥିବା ୩୭୫ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟରେ ଅଙ୍ଗନବାଡି କେନ୍ଦ୍ର, ଜଳାଶୟ ଉନ୍ନତିକରଣ, ଜନ ସେବା କେନ୍ଦ୍ର, ଜନ ସ୍ୱାସ୍ଥ୍ୟ କେନ୍ଦ୍ର, ସମବାୟ ସଂସ୍ଥା, ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ମନ୍ଦିର ଓ ବାଥୁଡି ସମ୍ପ୍ରଦାୟ ପାଇଁ ଗୋଟିଏ କମ୍ୟୁନିଟି ସେଣ୍ଟର ରହିଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୩୬ ସୁଦ୍ଧା ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଦେଶ ଓ ରାଜ୍ୟର ଏହି ମହାନ୍‌‌ ଲକ୍ଷ୍ୟ ପୂରଣରେ ମୟୂରଭଞ୍ଜର ମଧ୍ୟ ବିଶେଷ ଭୂମିକା ରହିବ। ସେହି ସ୍ୱପ୍ନକୁ ବାସ୍ତବତାର ରୂପ ଦେବାପାଇଁ ‘ସବକା ସାଥ, ସବକା ବିକାଶ, ସବକା ବିଶ୍ୱାସ, ସବକା ପ୍ରୟାସ‘ ଧାରାରେ ସାଥି ହୋଇ ବିଶ୍ୱାସର ସେତୁ ବନ୍ଧ ତିଆରି କରିବା ପାଇଁ ଆହ୍ୱାନ ଦେଇଛନ୍ତି। ଏହା ସହିତ ପଞ୍ଚାୟତି ରାଜ ଏବଂ ପାନୀୟ ଜଳ ବିଭାଗର ଏହି ପ୍ରକଳ୍ପଗୁଡ଼ିକ ରାଜ୍ୟର ବିକାଶରେ ଏକ ନୂତନ ଦିଗ ଯୋଡ଼ିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.