ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ମୟୂରଭଞ୍ଜରେ ୩୭୫ କୋଟିର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା ଉପଖଣ୍ଡରେ ୩୭୫ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହିତ ଉଦଳାର ପାଟପୁର ଅଞ୍ଚଳରେ ଆୟୋଜିତ ‘ବିକାଶ ପଥେ ମୟୂରଭଞ୍ଜ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ କାର୍ଯ୍ୟକାରୀ ହୋଇଥିବା ୫୨ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି। ପ୍ରାୟ ୨୭୫ କୋଟି ଟଙ୍କା ବିନିମୟରେ ୧୦୬ଟି ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ କରିଛନ୍ତି।
କପ୍ତିପଦା ଉପଖଣ୍ଡରେ ଶୁଭାରମ୍ଭ ଓ ଶିଳାନ୍ୟାସ ହୋଇଥିବା ୩୭୫ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟରେ ଅଙ୍ଗନବାଡି କେନ୍ଦ୍ର, ଜଳାଶୟ ଉନ୍ନତିକରଣ, ଜନ ସେବା କେନ୍ଦ୍ର, ଜନ ସ୍ୱାସ୍ଥ୍ୟ କେନ୍ଦ୍ର, ସମବାୟ ସଂସ୍ଥା, ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ମନ୍ଦିର ଓ ବାଥୁଡି ସମ୍ପ୍ରଦାୟ ପାଇଁ ଗୋଟିଏ କମ୍ୟୁନିଟି ସେଣ୍ଟର ରହିଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୩୬ ସୁଦ୍ଧା ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଦେଶ ଓ ରାଜ୍ୟର ଏହି ମହାନ୍‌‌ ଲକ୍ଷ୍ୟ ପୂରଣରେ ମୟୂରଭଞ୍ଜର ମଧ୍ୟ ବିଶେଷ ଭୂମିକା ରହିବ। ସେହି ସ୍ୱପ୍ନକୁ ବାସ୍ତବତାର ରୂପ ଦେବାପାଇଁ ‘ସବକା ସାଥ, ସବକା ବିକାଶ, ସବକା ବିଶ୍ୱାସ, ସବକା ପ୍ରୟାସ‘ ଧାରାରେ ସାଥି ହୋଇ ବିଶ୍ୱାସର ସେତୁ ବନ୍ଧ ତିଆରି କରିବା ପାଇଁ ଆହ୍ୱାନ ଦେଇଛନ୍ତି। ଏହା ସହିତ ପଞ୍ଚାୟତି ରାଜ ଏବଂ ପାନୀୟ ଜଳ ବିଭାଗର ଏହି ପ୍ରକଳ୍ପଗୁଡ଼ିକ ରାଜ୍ୟର ବିକାଶରେ ଏକ ନୂତନ ଦିଗ ଯୋଡ଼ିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.