ପ୍ରମୁଖ ଖବର

ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍‌ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ

ପୂର୍ବତନ ୱାର୍ଡମେମ୍ବରଙ୍କୁ ଗଳାକାଟି ହତ୍ୟା

0

ଗଜପତି: ଗଜପତି ଜିଲା ଅଡବା ଥାନା କଟାମା ଗ୍ରାମରେ ସୋମବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପୂର୍ବତନ ୱାର୍ଡମେମ୍ବରଙ୍କୁ ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କରି ରାସ୍ତା କଡ଼ରେ ଫିଙ୍ଗି ଦେଇଛନ୍ତି ଦୃର୍ବୁତ୍ତ। ମୃତକ ହେଲେ ଅଡବା ଥାନା ତୁଆବାଡ଼ି ଗ୍ରାମର ତିରିସା ମୁଠାମାଝୀ(୪୫) l

ସୂଚନାଯୋଗ୍ୟ , ରବିବାର ତିରିସା କୌଣସି କାମରେ ନିଜ ବାଇକରେ ପାଣିଗଣ୍ଡା ଯାଇଥିଲେ। ହେଲେ ବିଳମ୍ବିତ ରାତି ପର୍ଯ୍ୟନ୍ତ ସେ ଘରକୁ ଫେରି ନ ଥିଲେ। ଏନେଇ ପରିବାର ଲୋକ ଖୋଜାଖୋଜି କରିଥିଲେ। ସୋମବାର ସକାଳେ କଟାମା ଗାଁ ନିକଟରେ ବାଇକ୍‌ ପାଖରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତିରିସାଙ୍କ ମୃତଦେହ ପଡ଼ିଥିବା ଲୋକେ ଦେଖି ପରିବାରକୁ ଖବର ଦେଇଥିଲେ। ପରିବାର ଲୋକେ ପହଞ୍ଚି ପୋଲିସକୁ ଘଟଣା ସମ୍ପର୍କରେ ଜଣାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଛି।

ତିରିସା ପୂର୍ବତନ ୱାର୍ଡମେମ୍ବର ଥିଲେ। ଏପରିକି ସିମନ ମାଝୀ ହତ୍ୟା ଘଟଣାରେ ସେ ସାକ୍ଷୀ ଥିଲେ। ତେଣୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ କେହି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ହତ୍ୟା ପରେ ବାଇକ୍‌ରେ ମୃତଦେହକୁ ବାନ୍ଧି ଘୋଷାଡି ଆଣି ଗାଁଠାରୁ ପ୍ରାୟ ୩ କିଲୋମିଟର କଟମା ଗାଁ ନିକଟରେ ପିଙ୍ଗି ଦିଆଯାଇଥିବା ଜଣାପଡିଛି। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.