ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍‌ଲାଇନ

0

ଭୁବନେଶ୍ବର: ରାଜ୍ୟରେ ମାର୍ଚ୍ଚ ଆରମ୍ଭରୁ ମୁଣ୍ଡଫଟା ଖରା ଆରମ୍ଭ ହୋଇଗଲାଣି। ଫଳରେ ଜନଜୀବନ ପ୍ରଭାବିତ ହେଉଛି। ସ୍କୁଲ କଲେଜ ପାଇଁ ଖୁବଶୀଘ୍ର ଆସିବ ଗାଇଡଲାଇନ୍‌। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଆସିବ ସ୍ବତନ୍ତ୍ର ଗାଇଡଲାଇନ୍‌। ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ସହିତ ରାଜସ୍ବ ବିଭାଗର ଆଲୋଚନ ସରିଛି। ବୃଦ୍ଧି ପାଉଥିବା ଗ୍ରୀଷ୍ମ ପ୍ରବାଳକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଉଛି। ଏନେଇ ସୂଚନା ଦେଇଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ।

ସୂଚନାଯୋଗ୍ୟ, ରବିବାର ୩୮.୨ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ଅନ୍ୟ ୧୦ ସହରର ତାପମାତ୍ରା ୩୭ ଡିଗ୍ରୀ ଛୁଇଁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ବଲାଙ୍ଗୀରରେ ୩୮.୧ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଅନୁଗୋଳରେ ୩୭.୯, ଟିଟିଲାଗଡ଼ ୩୭.୬, ଭଦ୍ରକ ୩୭.୫, ଝାରସୁଗୁଡା ୩୭.୫, ଯାଜପୁର ୩୭.୨, ବାରିପଦା ୩୭, ସୋନପୁର ୩୭ ଓ ଭବାନୀପାଟଣା ୩୭ ଡିଗ୍ରୀ ଛୁଇଁଛି। ତେବେ ରାଜଧାନୀରେ ଦିନକ ମଧ୍ୟରେ ତାପମାତ୍ରା ପ୍ରାୟ ୨ ଡିଗ୍ରୀ ବୃଦ୍ଧି ପାଇଛି। ଶନିବାର ଭୁବନେଶ୍ୱରର ତାପମାତ୍ରା ୩୪.୨ ଡିଗ୍ରୀ ରହିଥିବାବେଳେ ରବିବାର ଏହା ୩୬.୧କୁ ବୃଦ୍ଧି ପାଇଛି। ଅନ୍ୟପଟେ କଟକରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୪.୨ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ଆସନ୍ତା ୪ରୁ ୫ଦିନ ମଧ୍ୟରେ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.