ପ୍ରମୁଖ ଖବର

ରାଷ୍ଟ୍ରପତି ଭବନରେ ପ୍ରସାରିତ ହେଲା ‘ଶ୍ରୀ ଜଗନ୍ନାଥଙ୍କ ନବକଳେବର’
ପୁଣି ନାବାଳିକା ଦେହରେ ନିଆଁ
ନାବାଳିକାଙ୍କ ଶରୀର ୭୦ପ୍ରତିଶତ ପୋଡିଯାଇଛି- ଏମ୍ସ
ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌
୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ
କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

ବିଜେଡି ନେତା ରାଜା ଚକ୍ରଙ୍କ ୧୦ ସ୍ଥାନରେ ଚଢାଉ

0

କେନ୍ଦୁଝର: ଖଣିଜ ପରିବହନ ଅନିୟମିତତା ଓ ଟିକସ ଫାଙ୍କିବା ଅଭିଯୋଗରେ ବିଜେଡି ନେତାରାଜା ଚକ୍ରଙ୍କ ୧୦ ସ୍ଥାନରେ ଚଢାଉ ହୋଇଛି। ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍‌ଫେର୍‌ ହୋଇଛି। ଏହି ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଏବଂ ଏସ୍‌ଟିଏଫ୍‌ ମଙ୍ଗଳବାର ମିଳିତ ଭାବେ କେନ୍ଦୁଝରର ବିଜେଡି ନେତା ସୌମ୍ୟ ଓରଫ ରାଜା ଚକ୍ରଙ୍କ ୧୦ଟି ସ୍ଥାନରେ ମିଳିତ ଭାବେ ଚଢ଼ାଉ କରିଛି। ଏପରିକି ରାଜ୍ୟର ସମସ୍ତ ମାଇନ୍ସ କରିଡର ଚେକ୍‌ ପଏଣ୍ଟରେ ରେଟ୍‌ କରାଯାଇଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ଟଙ୍କା ହେର୍‌ଫେର୍‌ ମାମଲାରେ ଗତ ଫେବୃଆରୀ ୮ରେ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋ ଅପରେଟିଭ ଲିମିଟେଡର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସମ୍ପାଦକ ଉତ୍କଳ ଦାଶଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତଦନ୍ତ ସମୟରେ ଏହି ଠକେଇ ର଼୍ୟାକେଟରେ ଅନେକ ପ୍ରଭାବଶାଳୀ ଲୋକଙ୍କ ସମ୍ପୃକ୍ତି ଥିବା ଇଓଡବ୍ଲ୍ୟୁ ଜାଣିବାକୁ ପାଇଛି।

ଏହି ଲିଙ୍କ୍‌ରେ ସୋମବାର କେନ୍ଦୁଝରର ବିଜେଡି ନେତା ସୌମ୍ୟ ଓରଫ ରାଜା ଚକ୍ରଙ୍କୁ ଭୁବନେଶ୍ୱରସ୍ଥିତ କାର୍ଯ୍ୟାଳୟକୁ ଡାକି ଇଓଡବ୍ଲ୍ୟୁ ୧୨ ଘଣ୍ଟାର ମାରାଥନ ଜେରା କରିଥିଲା। ରାଜାଙ୍କୁ ଜେରା ପରେ ଇଓଡବ୍ଲ୍ୟୁ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇବା ପରେ ୧୦ଟି ଟିମ୍‌ ଗଠନ କରାଯାଇଥିବା ୧୦ଟି ସ୍ଥାନରେ ମିଳିତ ଭାବେ ଚଢ଼ାଉ କରାଯାଇଛି।

Leave A Reply

Your email address will not be published.