ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ବିଜେଡି ନେତା ରାଜା ଚକ୍ରଙ୍କ ୧୦ ସ୍ଥାନରେ ଚଢାଉ

0

କେନ୍ଦୁଝର: ଖଣିଜ ପରିବହନ ଅନିୟମିତତା ଓ ଟିକସ ଫାଙ୍କିବା ଅଭିଯୋଗରେ ବିଜେଡି ନେତାରାଜା ଚକ୍ରଙ୍କ ୧୦ ସ୍ଥାନରେ ଚଢାଉ ହୋଇଛି। ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍‌ଫେର୍‌ ହୋଇଛି। ଏହି ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଏବଂ ଏସ୍‌ଟିଏଫ୍‌ ମଙ୍ଗଳବାର ମିଳିତ ଭାବେ କେନ୍ଦୁଝରର ବିଜେଡି ନେତା ସୌମ୍ୟ ଓରଫ ରାଜା ଚକ୍ରଙ୍କ ୧୦ଟି ସ୍ଥାନରେ ମିଳିତ ଭାବେ ଚଢ଼ାଉ କରିଛି। ଏପରିକି ରାଜ୍ୟର ସମସ୍ତ ମାଇନ୍ସ କରିଡର ଚେକ୍‌ ପଏଣ୍ଟରେ ରେଟ୍‌ କରାଯାଇଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ଟଙ୍କା ହେର୍‌ଫେର୍‌ ମାମଲାରେ ଗତ ଫେବୃଆରୀ ୮ରେ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋ ଅପରେଟିଭ ଲିମିଟେଡର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସମ୍ପାଦକ ଉତ୍କଳ ଦାଶଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତଦନ୍ତ ସମୟରେ ଏହି ଠକେଇ ର଼୍ୟାକେଟରେ ଅନେକ ପ୍ରଭାବଶାଳୀ ଲୋକଙ୍କ ସମ୍ପୃକ୍ତି ଥିବା ଇଓଡବ୍ଲ୍ୟୁ ଜାଣିବାକୁ ପାଇଛି।

ଏହି ଲିଙ୍କ୍‌ରେ ସୋମବାର କେନ୍ଦୁଝରର ବିଜେଡି ନେତା ସୌମ୍ୟ ଓରଫ ରାଜା ଚକ୍ରଙ୍କୁ ଭୁବନେଶ୍ୱରସ୍ଥିତ କାର୍ଯ୍ୟାଳୟକୁ ଡାକି ଇଓଡବ୍ଲ୍ୟୁ ୧୨ ଘଣ୍ଟାର ମାରାଥନ ଜେରା କରିଥିଲା। ରାଜାଙ୍କୁ ଜେରା ପରେ ଇଓଡବ୍ଲ୍ୟୁ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇବା ପରେ ୧୦ଟି ଟିମ୍‌ ଗଠନ କରାଯାଇଥିବା ୧୦ଟି ସ୍ଥାନରେ ମିଳିତ ଭାବେ ଚଢ଼ାଉ କରାଯାଇଛି।

Leave A Reply

Your email address will not be published.