ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧନଞ୍ଜୟ ମୁଣ୍ଡେ

0

ମହାରାଷ୍ଟ୍ର: ସରପଞ୍ଚ ସନ୍ତୋଷ ଦେଶମୁଖ ହତ୍ୟା ମାମଲାରେ ଫସିଥିବା ମହାରାଷ୍ଟ୍ରର ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିସ ତାଙ୍କ ଇସ୍ତଫାପତ୍ର ଗ୍ରହଣ କରିଛନ୍ତି ଏବଂ ରାଜ୍ୟପାଳଙ୍କ ନିକଟକୁ ଇସ୍ତଫାପତ୍ର ପଠାଇ ଦେଇଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ, ଧନଞ୍ଜୟ ମୁଣ୍ଡେ ତାଙ୍କ ଇସ୍ତଫାପତ୍ର ଦାଖଲ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ।

ସରପଞ୍ଚ ସନ୍ତୋଷ ଦେଶମୁଖ ହତ୍ୟାର ଫଟୋ ପ୍ରଘଟ ହେବାପରେ, ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେଙ୍କ ଇସ୍ତଫା ଦାବି ପୁଣି ଥରେ ଜୋର ଧରିଥିଲା। ଫଟୋରେ ଦେଖାଯାଇଥିଲା ଯେ, ଅଭିଯୁକ୍ତମାନେ ସନ୍ତୋଷ ଦେଶମୁଖଙ୍କୁ ନିର୍ମମ ଭାବେ ହତ୍ୟା କରିଥିଲେ ଏବଂ ତା’ପରେ ସେଲ୍ଫି ଉଠାଇ ଭିଡିଓ କରିଥିଲେ। ମହାରାଷ୍ଟ୍ର ବଜେଟ ଅଧିବେଶନର ପ୍ରଥମ ଦିନରେ ବିରୋଧୀ ଦଳ ସରପଞ୍ଚ ସନ୍ତୋଷ ଦେଶମୁଖ ହତ୍ୟା ମାମଲାରେ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେଙ୍କ ଇସ୍ତଫା ଦାବି କରିଥିଲେ।

ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିସ ସୋମବାର ରାତିରେ ଦେବଗିରିରେ ଥିବା ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବଙ୍ଗଳାରେ ପହଞ୍ଚି ତାଙ୍କୁ ଭେଟିଥିଲେ। ଉଭୟଙ୍କ ମଧ୍ୟରେ ପ୍ରାୟ ଦେଢ଼ ଘଣ୍ଟା ଧରି ଆଲୋଚନା ହୋଇଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି ଯେ ମୁଖ୍ୟମନ୍ତ୍ରୀ ଫଡନବୀସ ଧନଞ୍ଜୟ ମୁଣ୍ଡେଙ୍କୁ ମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ କହିଥିଲେ ଏବଂ ଏହାପରେ ଧନଞ୍ଜୟ ମୁଣ୍ଡେ ଖୁବ୍ ଶୀଘ୍ର କ୍ୟାବିନେଟରୁ ଇସ୍ତଫା ଦେଇଥିଲେ।

ମହାରାଷ୍ଟ୍ର ବୀଡ୍ ଜିଲ୍ଲାର କୈଜ ତହସିଲର ମାସାଜୋଗ ଗ୍ରାମର ତିନିଥର ସରପଞ୍ଚ ରହିଥିବା ସନ୍ତୋଷ ଦେଶମୁଖଙ୍କୁ ଗତ ଡିସେମ୍ବର ୯ ତାରିଖରେ ପ୍ରଥମେ ଅପହରଣ, ନିର୍ଯାତନା ଏବଂ ପରେ ହତ୍ୟା କରାଯାଇଥିଲା।

Leave A Reply

Your email address will not be published.