ପ୍ରମୁଖ ଖବର

କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ବାପା-ମାଆ ଓ ଭଉଣୀକୁ ପଥରରେ ଛେଚି ହତ୍ୟା କଲା ପୁଅ

0

ଜଗତସିଂହପୁର: ସଦର ଥାନା ଜୟବଡ଼ ଗାଁରେ ବିଭତ୍ସ ହତ୍ୟାକାଣ୍ଡ। ୨୨ ବର୍ଷୀୟ ପୁଅର ନାରକୀୟ କାଣ୍ଡ। ନୃସଂଶ ପାଲଟିଲା ପୁଅ। ନିଜ ହାତରେ ନିଜ ପରିବାରକୁ ଛାରଖାର କରିଦେଲା। ବାପାମା’ ଓ ଭଉଣୀକୁ ପଥରରେ ଛେଚି ଜୀବନ ନେଲା। ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ସଦର ଥାନା ଜୟବଡ଼ ଗାଁରେ। ମୃତକ ହେଲେ ପ୍ରଶାନ୍ତ ସେଠୀ, କନକଲତା ସେଠୀ, ମାମାଲି ସେଠୀ। ତେବେ ଅଭିଯୁକ୍ତର ନାମ ସୂର୍ଯ୍ୟକାନ୍ତ ସେଠୀ ବୋଲି ଜଣାପଡିଛି

ପାରିବାରିକ କଳହକୁ କେନ୍ଦ୍ର କରି ବାପା-ମାଆ ସହ ଭଉଣୀକୁ ହତ୍ୟା କରିଛି ଭାଇ। ପାରିପାରିକ କଳହର ମୁଖ୍ୟ କାରଣ କଣ ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଖବର ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌‌ ଆରମ୍ଭ କରିଛି। ଅଭିଯୁକ୍ତ ପୁଅକୁ ଅଟକ ରଖିବା ସହ ସଦର ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ଯୁବକ +୨ରେ ପାଠ ପଢୁଥିବା ସୂଚନା ମିଳିଛି।

Leave A Reply

Your email address will not be published.