ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ

0

ଭୁବନେଶ୍ବର: ପୂର୍ବରୁ ମାର୍ଚ୍ଚ ୫ ତାରିଖ ବିଜୁ ଜୟନ୍ତୀ ଅବସରରେ ପଞ୍ଚାୟତିରାଜ ଦିବସ ପାଳିତ ହୋଇ ଆସୁଥିବା ବେଳେ ଓଡିଶାରେ ଏବେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯିବନି। ଏପ୍ରିଲ ୨୪ ତାରିଖରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ଲୋକସେବା ଦିବସ ମଧ୍ୟ ଏହି ଦିନ ପାଳନ କରାଯିବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ପ୍ରେସ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦିଆଯାଇଛି।
୨୦୨୦ ମସିହାରୁ ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଅଛି। ପ୍ରତିବର୍ଷ ଏପ୍ରିଲ ୨୪ରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ହୁଏ। ପଞ୍ଚାୟତିରାଜ ଦିବସ ପାଳନରେ ଜାତୀୟ ଓ ରାଜ୍ୟ ସ୍ତରରେ ଥିବା ଅସଂହତି ଦୂର କରିବା ପାଇଁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି।

ଏଥିସହ ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ଆଡ଼ମ୍ବର ସହ ପାଳିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ତେବେ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ।

Leave A Reply

Your email address will not be published.