ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ

0

ଭୁବନେଶ୍ବର: ପୂର୍ବରୁ ମାର୍ଚ୍ଚ ୫ ତାରିଖ ବିଜୁ ଜୟନ୍ତୀ ଅବସରରେ ପଞ୍ଚାୟତିରାଜ ଦିବସ ପାଳିତ ହୋଇ ଆସୁଥିବା ବେଳେ ଓଡିଶାରେ ଏବେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯିବନି। ଏପ୍ରିଲ ୨୪ ତାରିଖରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ଲୋକସେବା ଦିବସ ମଧ୍ୟ ଏହି ଦିନ ପାଳନ କରାଯିବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ପ୍ରେସ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦିଆଯାଇଛି।
୨୦୨୦ ମସିହାରୁ ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଅଛି। ପ୍ରତିବର୍ଷ ଏପ୍ରିଲ ୨୪ରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ହୁଏ। ପଞ୍ଚାୟତିରାଜ ଦିବସ ପାଳନରେ ଜାତୀୟ ଓ ରାଜ୍ୟ ସ୍ତରରେ ଥିବା ଅସଂହତି ଦୂର କରିବା ପାଇଁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି।

ଏଥିସହ ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ଆଡ଼ମ୍ବର ସହ ପାଳିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ତେବେ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ।

Leave A Reply

Your email address will not be published.