ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ମାର୍ଚ୍ଚ ୫ ପାଳନ ହେବନି ପଞ୍ଚାୟତିରାଜ ଦିବସ

0

ଖୋଲା ରହିବ ସମସ୍ତ ସ୍କୁଲ
ଭୁବନେଶ୍ବର: ମାର୍ଚ୍ଚ ୫ ତାରିଖରେ ପାଳନ ହେବନି ପଞ୍ଚାୟତିରାଜ ଦିବସ। ଆସନ୍ତାକାଲି ଅର୍ଥାତ୍‌ ୫ ତାରିଖରେ ସବୁ ସ୍କୁଲ ଖୋଲା ରହିବ। ରାଜ୍ୟର ବିଜେପି ସରକାର ଗତକାଲି ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନକୁ ପରିବର୍ତ୍ତନ କରି ଏପ୍ରିଲ ୨୪ ତାରିଖ କରିବା ପରେ ଆଜି ମାର୍ଚ୍ଚ ୫ରେ ହେଉଥିବା ସରକାରୀ ଛୁଟିକୁ ବାତିଲ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ନିର୍ଦ୍ଦେଶ ଜାରି ହୋଇଛି। ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ ଖୋଲା ରହିବ। ପଞ୍ଚାୟତିରାଜ ଦିବସ ପାଳନ ପାଇଁ ପୂର୍ବରୁ ମାର୍ଚ୍ଚ ୫ ଛୁଟି ରହୁଥିଲା।ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳିବାକୁ ସୋମବାର ନିଷ୍ପତ୍ତି ହୋଇଥିଲା।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଥିଲା କି, ମାର୍ଚ୍ଚ ୫ ତାରିଖରେ ପାଳନ ନ ହୋଇ ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ପ୍ରତି ବର୍ଷ ଏପ୍ରିଲ ୨୪ରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ହୁଏ। ଜାତୀୟ ଓ ରାଜ୍ୟସ୍ତରରେ ଥିବା ଅସହଂତିକୁ ଦୂର କରିବାକୁ ଏଭଳି ପଦକ୍ଷେପ ନିଆଯାଇଛି। ଏଥିସହ ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ଆଡ଼ମ୍ବର ସହ ପାଳିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.