ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମାର୍ଚ୍ଚ ୫ ପାଳନ ହେବନି ପଞ୍ଚାୟତିରାଜ ଦିବସ

0

ଖୋଲା ରହିବ ସମସ୍ତ ସ୍କୁଲ
ଭୁବନେଶ୍ବର: ମାର୍ଚ୍ଚ ୫ ତାରିଖରେ ପାଳନ ହେବନି ପଞ୍ଚାୟତିରାଜ ଦିବସ। ଆସନ୍ତାକାଲି ଅର୍ଥାତ୍‌ ୫ ତାରିଖରେ ସବୁ ସ୍କୁଲ ଖୋଲା ରହିବ। ରାଜ୍ୟର ବିଜେପି ସରକାର ଗତକାଲି ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନକୁ ପରିବର୍ତ୍ତନ କରି ଏପ୍ରିଲ ୨୪ ତାରିଖ କରିବା ପରେ ଆଜି ମାର୍ଚ୍ଚ ୫ରେ ହେଉଥିବା ସରକାରୀ ଛୁଟିକୁ ବାତିଲ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ନିର୍ଦ୍ଦେଶ ଜାରି ହୋଇଛି। ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ ଖୋଲା ରହିବ। ପଞ୍ଚାୟତିରାଜ ଦିବସ ପାଳନ ପାଇଁ ପୂର୍ବରୁ ମାର୍ଚ୍ଚ ୫ ଛୁଟି ରହୁଥିଲା।ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳିବାକୁ ସୋମବାର ନିଷ୍ପତ୍ତି ହୋଇଥିଲା।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଥିଲା କି, ମାର୍ଚ୍ଚ ୫ ତାରିଖରେ ପାଳନ ନ ହୋଇ ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ପ୍ରତି ବର୍ଷ ଏପ୍ରିଲ ୨୪ରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ହୁଏ। ଜାତୀୟ ଓ ରାଜ୍ୟସ୍ତରରେ ଥିବା ଅସହଂତିକୁ ଦୂର କରିବାକୁ ଏଭଳି ପଦକ୍ଷେପ ନିଆଯାଇଛି। ଏଥିସହ ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ଆଡ଼ମ୍ବର ସହ ପାଳିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.