ପ୍ରମୁଖ ଖବର

କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ବଳବତ୍ତର ରହିଲା ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା

0

ଭୁବନେଶ୍ବର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଲା। ମଙ୍ଗଳବାର ଶୁଣାଣି ପରେ ହାଇକୋର୍ଟ ଏହି ସୁରକ୍ଷା ବଳବତ୍ତର ରଖିଛନ୍ତି। ୧୮ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି। ବର୍ତ୍ତମାନ ସିବିଆଇ ବିଷ୍ଣୁପଦ ସେଠୀଙ୍କୁ ଗିରଫ କରିପାରିବନି।

ସୂଚନାମୁତାବକ, ଟେଣ୍ଡର ଫିକ୍ସିଂ ମାମଲାରେ ଗତ ୧୮ ତାରିଖରେ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା ସବିଆଇର ୮ ଜଣିଆ ଟିମ୍। ଟେଣ୍ଡର ଫିକ୍ସିଂ ମାମଲାରେ ବାରାମ୍ବାର ସମନ ପରେ ମଧ୍ୟ ହାଜର ହେଉନଥିଲେ ବିଷ୍ଣୁପଦ ସେଠୀ। ଏହାପରେ ତାଙ୍କ ବାସଭବନରେ ଚଢ଼ାଉ କରିଥିଲା ସିବିଆଇ। ପୂର୍ବରୁ ବିଭିନ୍ନ ପ୍ରସଙ୍ଗ ନେଇ ତାଙ୍କ ବିରୋଧରେ ଅଭିଯୋଗ ଥିବାବେଳେ ବ୍ରିଜ୍ ଆଣ୍ଡ୍ କମ୍ପାନୀକୁ ଅନୁକମ୍ପା ଦେଖାଇବା ଅଭିଯୋଗରେ ତନାଘନା ଚାଲିଥିଲା।

ହେଲେ ଏହି ମାମଲାରେ ମୁହଁଖୋଲିଥିଲେ ବିଷ୍ଣୁପଦ। ଗଣମାଧ୍ୟମ ଆଗରେ ସବୁ ଅଭିଯୋଗକୁ ଖଣ୍ଡନ କରି ସେ କହିଥିଲେ ଯେ, ମୁଁ ଗତ ୩୦ ବର୍ଷ ହେଲା ଓଡିଶା ସରକାରରେ ନିଷ୍ଠାର ସହ କାମ କିରିଆସୁଛି। କେବେ କୌଣସି କାମରେ ଖିଲାପ କରିନାହିଁ କିମ୍ବା କାହାକୁ ଠକି ନାହିଁ। ଏବେ ସିବିଆଇ ମୋ ଉପରେ ଯେଉଁସବୁ ଅଭିଯୋଗ ଆଣୁଛି ସେସବୁ ଭିତ୍ତିହୀନ ମୋତେ ଅଯଥା ସମସ୍ୟାରେ ପକାଇବାକୁ ଚେଷ୍ଟା କରାଯାଉଛି।

Leave A Reply

Your email address will not be published.