ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବିଧାନସଭାରେ ପାଳିତ ହେଲା ବିଜୁ ଜୟନ୍ତୀ

0

ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମ ପାଳିତ ହୋଇଛି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ବୁଧବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଏହି ଅବସର​‌ରେ ବିଜୁ ବାବୁଙ୍କୁ ଆଧୁନିକ ଓଡ଼ିଶାର ନିର୍ମାତା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ ମୁଖ୍ୟମନ୍ତ୍ରୀ ଭାବେ ଓଡ଼ିଶା ପ୍ରତି ତାଙ୍କ ଅବଦାନ ଅତୁଳନୀୟ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ବାଚସ୍ପତି ସୁରମା ପାଢୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସମେତ ମନ୍ତ୍ରୀ ଓ ବିଧାୟକ ବୃନ୍ଦ ଉପସ୍ଥିତ ଥିଲେ।

ବିଜୁବାବୁଙ୍କ ଜୟନ୍ତୀ ଅର୍ଥାତ୍‌ ମାର୍ଚ୍ଚ ୫କୁ ପ୍ରତ୍ୟେକ ବର୍ଷ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଭାବେ ପାଳନ କରିଆସୁଥିଲେ। ୨୪ ବର୍ଷ ଧରି କ୍ଷମତାରେ ଥିବା ବିଜେଡି ଶାସନରୁ ହଟଛି। ପ୍ରଥମ ଥର ଲାଗି ଭାଜପା କ୍ଷମତାକୁ ଆସିବା ପରେ ପୂର୍ବରୁ ମାର୍ଚ୍ଚ ୫ ତାରିଖ ବିଜୁ ଜୟନ୍ତୀରେ ପାଳନ ହେଉଥିବା ପଞ୍ଚାୟତିରାଜ ଦିବସର ତାରିଖରେ ପରିବର୍ତ୍ତନ କରିଛି।

Leave A Reply

Your email address will not be published.