ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ବିଧାନସଭାରେ ପାଳିତ ହେଲା ବିଜୁ ଜୟନ୍ତୀ

0

ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମ ପାଳିତ ହୋଇଛି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ବୁଧବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଏହି ଅବସର​‌ରେ ବିଜୁ ବାବୁଙ୍କୁ ଆଧୁନିକ ଓଡ଼ିଶାର ନିର୍ମାତା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ ମୁଖ୍ୟମନ୍ତ୍ରୀ ଭାବେ ଓଡ଼ିଶା ପ୍ରତି ତାଙ୍କ ଅବଦାନ ଅତୁଳନୀୟ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ବାଚସ୍ପତି ସୁରମା ପାଢୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସମେତ ମନ୍ତ୍ରୀ ଓ ବିଧାୟକ ବୃନ୍ଦ ଉପସ୍ଥିତ ଥିଲେ।

ବିଜୁବାବୁଙ୍କ ଜୟନ୍ତୀ ଅର୍ଥାତ୍‌ ମାର୍ଚ୍ଚ ୫କୁ ପ୍ରତ୍ୟେକ ବର୍ଷ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଭାବେ ପାଳନ କରିଆସୁଥିଲେ। ୨୪ ବର୍ଷ ଧରି କ୍ଷମତାରେ ଥିବା ବିଜେଡି ଶାସନରୁ ହଟଛି। ପ୍ରଥମ ଥର ଲାଗି ଭାଜପା କ୍ଷମତାକୁ ଆସିବା ପରେ ପୂର୍ବରୁ ମାର୍ଚ୍ଚ ୫ ତାରିଖ ବିଜୁ ଜୟନ୍ତୀରେ ପାଳନ ହେଉଥିବା ପଞ୍ଚାୟତିରାଜ ଦିବସର ତାରିଖରେ ପରିବର୍ତ୍ତନ କରିଛି।

Leave A Reply

Your email address will not be published.