ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଜନ୍ମ ଜୟନ୍ତୀରେ ବିଜୁ ବାବୁଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

0

ଭୁବନେଶ୍ବର: ଆଜି ରାଜ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ପାଳନ କରାଯାଉଛି। ଏହି ଅବସରରେ ତାଙ୍କୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ୍‌ ଯୋଗେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ବିକାଶ ସହ ଲୋକଙ୍କୁ ସଶକ୍ତ କରିବାରେ ବିଜୁବାବୁଙ୍କ ଅବଦାନ ଅବିସ୍ମରଣୀୟ। ଗଣତାନ୍ତ୍ରିକ ଆଦର୍ଶ ପ୍ରତି ସେ ପ୍ରତିବଦ୍ଧ ଥିଲେ।

ସେପହିପରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀରେ ଶ୍ରାଦ୍ଧାଞ୍ଜଳି ଜଣାଇଛନ୍ତି। ଲୋକଙ୍କ କଲ୍ୟାଣ ତଥା ରାଜ୍ୟ ବିକାଶକୁ ନୂଆ ଦିଗ ଦେବାରେ ତାଙ୍କ ଅବଦାନ ସର୍ବଦା ପ୍ରେରଣାଦାୟୀ। ଜଣେ ରାଜନେତା, ସ୍ବାଧୀନତା ସଂଗ୍ରାମୀ ଏବଂ ରାଷ୍ଟ୍ରବାଦୀ ନେତା ଭାବେ ସେ ଚିରସ୍ମରଣୀୟ ବୋଲି ନିଜ ଏକ୍ସରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ।

ସେପଟେ ଏବେ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀରେ, ପଞ୍ଚାୟତିରାଜ ଦିବସ ପାଳନ ହେବାକୁ ନେଇ ଏବେ ଖପ୍ପା ବିଜେଡି। ବିଜେଡି ସରକାର ଥିବା ବେଳେ ମାର୍ଚ୍ଚ ୫ ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରାଯାଇଆସୁଥିଲା, ପଞ୍ଚାୟତ ପାଇଁ ବିଜୁ ବାବୁଙ୍କ ଅବଦାନକୁ ସମ୍ମାନ ଜଣାଇ ଏହିଦିନ ଛୁଟି ପାଳନ କରାଯାଏ। ହେଲେ ଏଥର ମାର୍ଚ୍ଚ ୫ କାର୍ଯ୍ୟ ଦିବସ ରହିଛି। ଆଉ ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ଯାହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ବିଜେଡି। ଭାଜପା ସରକାରଙ୍କ ଏଭଳି ପଦକ୍ଷେପ ବିରୋଧରେ ଉଭୟ ବିଜେଡି ଓ କଂଗ୍ରେସ ବର୍ଷିଛନ୍ତି।

Leave A Reply

Your email address will not be published.