ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ମହିଳାଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର

0

ତୁମୁସିଙ୍ଗା: ତୁମୁସିଙ୍ଗା ଥାନା ଅନ୍ତର୍ଗତ ଅଁଳାବେରେଣୀ ଗ୍ରାମରେ ଜଣେ ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତଦେହକୁ ପୁଲିସ ଉଦ୍ଧାର କରିବାପରେ ସନ୍ଦେହରେ ପୁଅକୁ ଅଟକ ରଖିଛି। ମୃତ ମହିଳା ଜଣଙ୍କ ଅଁଳାବେରେଣୀ ଗାଁର ଚଞ୍ଚଳା ନାଏକ ବୋଲି ଜଣାପଡ଼ିଛି। ଚଞ୍ଚଳାଙ୍କ ମୁଣ୍ଡରେ ରହିଛି ଗଭୀର କ୍ଷତ। ଧାରୁଆ ଅସ୍ତ୍ରରେ ହାଣି ତାଙ୍କୁ ହତ୍ୟା କରାଯାଇଥିବା ପୁଲିସ ସୂତ୍ରରୁ ପ୍ରକାଶ।

ଚଞ୍ଚଳା ନିଜ ସ୍ୱାମୀଙ୍କ ମୃତ୍ୟୁ ପରେ ପୁଅ ଲିପୁ ନାଏକଙ୍କ ପାଖରେ ରହି ଆସୁଥିଲେ। ତେବେ ତାଙ୍କୁ ଗତ କାଲି ବିଳମ୍ବିତ ରାତିରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅଁଳାବେରେଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ଖବର ପାଇ ତୁମୁସିଙ୍ଗା ପୁଲିସ ଚଞ୍ଚଳାଙ୍କ ପୁଅ ଲିପୁ ନାଏକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଚଞ୍ଚଳାଙ୍କ ପୁଅ ଲିପୁ ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ତଦନ୍ତ ପରେ ସତ୍ୟାସତ୍ୟ ସାମ୍ନାକୁ ଆସିବ ବୋଲି ଏସଡିପିଓ ଜ୍ଞାନରଞ୍ଜନ ମିଶ୍ର ପ୍ରକାଶ କରିଛନ୍ତି।

Leave A Reply

Your email address will not be published.