ପ୍ରମୁଖ ଖବର

ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ସିଏନଜି ମଧ୍ୟ ମହଙ୍ଗା
ଆମେରିକାର ଗୁଇନ୍ଦା ମୁଖ୍ୟ ପଦରୁ ତୁଳସୀ ଗାବାର୍ଡଙ୍କ ଇସ୍ତଫା
କେନ୍ଦ୍ର ସରକାରଙ୍କୁ ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ: ଯୁଦ୍ଧ ସଙ୍କଟ ମଧ୍ୟରେ ସରକାରଙ୍କୁ ବଡ଼ ଆଶ୍ୱାସନ
ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ
ଚୀନ୍ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୯୦ ଶ୍ରମିକଙ୍କ ମୃତ୍ୟୁ; ଅନେକ ନିଖୋଜ
ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି କାର୍ଯ୍ୟ ଆସନ୍ତାକାଲିଠାରୁ ସ୍ଥଗିତ

ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ବଦଳିଲା ମୋହନଙ୍କ ଠିକଣା। ଆଉ ଗାନ୍ଧି ମାର୍ଗ ନୁହେଁ ଏବେ ସିଏମ ରହିବେ ରାଜ ଭବନ ମାର୍ଗରେ ଥିବା ସରକାରୀ ବାସଭବନରେ। ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୁରୁବାର ନୂଆ ବାସଭବନକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଣିକି ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନରେ ରହିବେ ମୁଖ୍ୟମନ୍ତ୍ରୀ। ପୂଜା ଅର୍ଚ୍ଚନା ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଥମେ ଗୋମାତାଙ୍କ ପ୍ରବେଶ ପରେ ଗୃହ ପ୍ରବେଶ କରିଛନ୍ତି।

୨୬ବର୍ଷ ପରେ ସିଏମ କ୍ୱାର୍ଟରରେ ରହିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ। ପୂର୍ବରୁ ମୋହନ ମାଝୀ ଗାନ୍ଧୀ ମାର୍ଗ କ୍ବାର୍ଟରରେ ରହୁଥିଲେ। ନୂଆ ବାସଭବନକୁ ସପରିବାର ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଶୁଭବେଳା ଅନୁସାରେ ପ୍ରଥମେ ନନ୍ଦା ଏବଂ ନନ୍ଦିନୀ ନାମକ ଦୁଇ ଗୋମାତାଙ୍କ ପୂଜାର୍ଚ୍ଚନା କରାଯାଇଥିଲା। ଏହାପରେ ୧୦ଟା ୪୭ରେ ମୁଖ୍ୟମନ୍ତ୍ରୀ ଘର ଭିତରକୁ ପ୍ରବେଶ କରିଛନ୍ତି। ପୁରୀରୁ ଆସିଥିବା ୧୧ ଜଣ ପଣ୍ଡିତଙ୍କ ଦ୍ଵାରା ପୂଜାର୍ଚ୍ଚନା କରାଯାଇଛି। ଦିନ ତମାମ ପୂଜାର୍ଚ୍ଚନା ଚାଲିବ। ଏହି ଦୁଇଟି ଗାଇ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ସବୁଦିନ ରହିବେ।
ସୂଚନାନୁଯାୟୀ, ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ଗିରିଧାରୀ ଗମାଙ୍ଗଙ୍କ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତୃତୀୟ ବ୍ୟକ୍ତି ଭାବେ ସିଏମ୍ କ୍ଵାର୍ଟରରେ ରହିବେ। ଦୀର୍ଘ ୨୬ ବର୍ଷ ହେଲା ଏହି ସରକାରୀ ବାସଭବନ ଖାଲି ପଡ଼ିଥିଲା।

Leave A Reply

Your email address will not be published.