ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବାଣ ଭିଡ଼ିବାବେଳେ ବିସ୍ଫୋରଣ; ୪ ଗୁରୁତର

0

ଯାଜପୁର: ବାଣ ଭିଡ଼ିବାବେଳେ ଘଟିଛି ବଡ ଅଘଟଣ। ବିସ୍ଫୋରଣରେ ଉଡିଯାଇଛି ଘର ଛାତ। ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ବାସୁଦେବପୁର ପଞ୍ଚାୟତ ଜାଲପୁର ଗାଁରେ। ଗୁରୁବାର ବାଣଭିଡ଼ିବା ବେଳେ ହଠାତ୍‌ ବିସ୍ଫୋରଣ ଘଟି ଜଣଙ୍କ ଘର ଛାତ ଉଡିଯାଇଛି । ବିସ୍ଫୋରଣରେ ବାଣ ତିଆରି କରୁଥିବା ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇ ଜଣ ବୟସ୍କ ଥିବା ବେଳେ ଦୁଇଜଣ ନାବାଳକ ଥିବା ସୂଚନା ମିଳିଛି। ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ଗତ ମଙ୍ଗଳବାର ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତ ଦେଉଳି ବଡସାହିରେ ଏକ ଭୟଙ୍କର ବାଣ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ ଦମ୍ପତ୍ତି ଗୁରୁତର ଆହତ ହୋଇଥିଲେ। ଦମ୍ପତ୍ତି ଘରେ ବାଣ ଭିଡୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ, ଅଶୋକଙ୍କ ଦୁଇ ବଖରା ଆଜବେଷ୍ଟସ୍‌ ଉଡ଼ି ଯାଇଥିଲା।

Leave A Reply

Your email address will not be published.